ଆସନ୍ତାକାଲି ତୃତୀୟ ପର୍ଯ୍ୟାୟ: ୨୯ ଜିଲ୍ଲାର ୫୬.୫୩ ଲକ୍ଷ ଭୋଟର ଦେବେ ଭୋଟ୍‌

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବ୍ୟାପକ ହିଂସା ଓ ଗଣ୍ଡଗୋଳ ମଧ୍ୟରେ ୨ଟି ପର୍ଯ୍ୟାୟ ପଂଚାୟତ ନିର୍ବାଚନ ଶେଷ ହୋଇଥିବାବେଳେ ଆସନ୍ତାକାଲି ୨୯ଟି ଜିଲ୍ଲାର ୬୩ଟି ବ୍ଲକରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ହେବ । ୧୭୧ଟି ଜିଲ୍ଲା ପରିଷଦ ଆସନ, ୧୩୮୨ ପଂଚାୟତରେ ଉଭୟ ସରପଂଚ ଓ ସମିତି ସଭ୍ୟ ପଦବୀ ନିମନ୍ତେ ରାଜ୍ୟର ୫୬.୫୩ଲକ୍ଷ ଭୋଟର ନିଜର ମତାଧିକାର ସାବ୍ୟସ୍ତ କରିବେ । ଏଥିପାଇଁ ୧୮୪୯୫ଟି ବୁଥ୍ ଚୂଡ଼ାନ୍ତ ହୋଇଥିବାବେଳେ ସେଥିରୁ ୨୭୭୩ଟି ଉତ୍ତେଜନାପ୍ରବଣ ବୋଲି ଚିହ୍ନଟ ହୋଇଛି […]

Vote

Vote

Ordigital Desk
  • Published: Saturday, 19 February 2022
  • Updated: 19 February 2022, 05:55 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବ୍ୟାପକ ହିଂସା ଓ ଗଣ୍ଡଗୋଳ ମଧ୍ୟରେ ୨ଟି ପର୍ଯ୍ୟାୟ ପଂଚାୟତ ନିର୍ବାଚନ ଶେଷ ହୋଇଥିବାବେଳେ ଆସନ୍ତାକାଲି ୨୯ଟି ଜିଲ୍ଲାର ୬୩ଟି ବ୍ଲକରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ହେବ । ୧୭୧ଟି ଜିଲ୍ଲା ପରିଷଦ ଆସନ, ୧୩୮୨ ପଂଚାୟତରେ ଉଭୟ ସରପଂଚ ଓ ସମିତି ସଭ୍ୟ ପଦବୀ ନିମନ୍ତେ ରାଜ୍ୟର ୫୬.୫୩ଲକ୍ଷ ଭୋଟର ନିଜର ମତାଧିକାର ସାବ୍ୟସ୍ତ କରିବେ । ଏଥିପାଇଁ ୧୮୪୯୫ଟି ବୁଥ୍ ଚୂଡ଼ାନ୍ତ ହୋଇଥିବାବେଳେ ସେଥିରୁ ୨୭୭୩ଟି ଉତ୍ତେଜନାପ୍ରବଣ ବୋଲି ଚିହ୍ନଟ ହୋଇଛି ।

ରାଜ୍ୟ ନିର୍ବାଚନ କମିଶନର ସଚିବ ରବୀନ୍ଦ୍ରନାଥ ସାହୁ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ତୃତୀୟ ପର୍ଯ୍ୟାୟ ପଂଚାୟତ ନିର୍ବାଚନ କେବଳ ଝାରସୁଗୁଡ଼ା ଜିଲ୍ଲାକୁ ଛାଡ଼ି ଅନ୍ୟ ୨୯ଟି ଜିଲ୍ଲାର ୬୩ଟି ବ୍ଲକରେ ଅନୁଷ୍ଠିତ ହେବ । ଏହି ବ୍ଲକଗୁଡ଼ିକରେ ୧୭୧ଟି ଜିଲ୍ଲା ପରିଷଦ ଜୋନରେ ମୋଟ ୬୭୯ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଥିବାବେଳେ ମୋଟ ୫୬.୫୪ଲକ୍ଷ ଭୋଟର ନିଜର ମତାଧିକାର ସାବ୍ୟସ୍ତ କରିବେ ।

ଗତ ଦୁଇଟି ପର୍ଯ୍ୟାୟ ଭୋଟରେ ବ୍ୟାପକ ହିଂସାକାଣ୍ଡ ଓ ଗଣ୍ଡଗୋଳ ହେଉଥିବାବେଳେ ପୁଲିସର ଭୂମିକାକୁ ନେଇ ସାଧାରଣରେ ପ୍ରଶ୍ନ ଉଠିଛି । ଯଦିଓ ପୁଲିସ ଡିଜି ସୁନୀଲ କୁମାର ବନସଲ କୌଣସି ପ୍ରକାରର ହିଂସା ଓ ଗଣ୍ଡଗୋଳକୁ ବରଦାସ୍ତ କରାଯିବନି ବୋଲି ଆଶ୍ୱାସନା ଦେଇଛନ୍ତି । ତଥାପି ରାଜ୍ୟରେ ଅବାଧ ଓ ନିରପେକ୍ଷ ପଂଚାୟତ ନିର୍ବାଚନ ଏପର୍ଯ୍ୟନ୍ତ ସମ୍ଭବପର ହୋଇପାରିନି । ଅନେକ ସ୍ଥାନରେ ବୁଥ ରିଗିଂ, ଭୋଟରଙ୍କୁ ପ୍ରଭାବିତ ଓ ଭୟଭୀତ କରି ମତଦାନ କରାଯାଉଥିବା ଅଭିଯୋଗ ହୋଇଛି । ଚଳିତ ନିର୍ବାଚନରେ ୨୪୦ ପ୍ଲାଟୁନ୍ ପୁଲିସ ଫୋର୍ସ ମୁତୟନ ସତ୍ତ୍ୱେ ବିଭିନ୍ନ ସ୍ଥାନରେ ଗଣ୍ଡଗୋଳ ଓ ହିଂସାର ଖବର ମିଳୁଛି ।

ଆସନ୍ତାକାଲି ମତଦାନ ପରେ ଆଉ ଦୁଇଟି ପର୍ଯ୍ୟାୟ ଭୋଟ ଫେବୃୟାରୀ ୨୨ ଓ ୨୪ତାରିଖରେ ହେବ । ଏହି ସମସ୍ତ ପର୍ଯ୍ୟାୟ ଭୋଟଗ୍ରହଣର ଗଣତି ଫେବୃୟାରୀ ୨୬ରୁ ୨୮ତାରିଖ ମଧ୍ୟରେ ହେବ । ସୂଚନାଯୋଗ୍ୟ, ଦୁଇଟି ପର୍ଯ୍ୟାୟରେ ମୋଟ ୩୦ଟି ଜିଲ୍ଲାର ୧୩୯ଟି ବ୍ଲକରେ ୩୮୬ଟି ଜିଲ୍ଲା ପରିଷଦ ଆସନରେ ଭୋଟଗ୍ରହଣ ଅନୁଷ୍ଠିତ ହୋଇସାରିଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story