Advertisment

ଧଉଳି-କଳିଙ୍ଗ ମହୋତ୍ସବ: ଅନ୍ତିମ ସଂଧ୍ୟାରେ ଶାସ୍ତ୍ରୀୟ ନୃତ୍ୟ ଓ ସମରକଳାର ଚମତ୍କାର ମିଶ୍ରଣ

ଭୁବନେଶ୍ୱର/ ଧଉଳି( ଓଡ଼ିଶା ରିପୋର୍ଟର): ରାଜ୍ୟ ପର୍ଯ୍ୟଟନ ବିଭାଗ ଦ୍ୱାରା ପରିଚାଳିିତ ଏବଂ ଓଡ଼ିଶା ଡ୍ୟାନ୍ସ ଏକାଡେମୀ ଓ ଆର୍ଟ ଭିଜନର ମିଳିତ ଉଦ୍ୟମରେ ଆୟୋଜିତ ୧୫ତମ ଧଉଳି କଳିଙ୍ଗ ମହୋତ୍ସବ ଉଦ୍‍ଯାପନୀ ଉତ୍ସବରେ ଅତ୍ୟନ୍ତ ମନୋଜ୍ଞ ଓ ଚିତ୍ତାକର୍ଷକ ନୃତ୍ୟ କାର୍ଯ୍ୟକ୍ରମ ପରିବେଷିତ ହୋଇଯାଇଛି। କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା ଭାରତର ବିଶିଷ୍ଟ ଶାସ୍ତ୍ରୀୟ ନୃତ୍ୟ ଓଡ଼ିଶୀ କାର୍ଯ୍ୟକ୍ରମରୁ। ବାଙ୍ଗାଲୋରରୁ ଆସିଥିବା ମଧୁଲିତା ମହାପାତ୍ର ଓ ସାଥୀଙ୍କ ଦ୍ୱାରା ପ୍ରଥମେ ଶିଭମ ଧିମାହୀ ପରେ ପରେ ହରି […]

ଧଉଳି-କଳିଙ୍ଗ ମହୋତ୍ସବ: ଅନ୍ତିମ ସଂଧ୍ୟାରେ ଶାସ୍ତ୍ରୀୟ ନୃତ୍ୟ ଓ ସମରକଳାର ଚମତ୍କାର ମିଶ୍ରଣ

DSC_4510

Advertisment

ଭୁବନେଶ୍ୱର/ ଧଉଳି( ଓଡ଼ିଶା ରିପୋର୍ଟର): ରାଜ୍ୟ ପର୍ଯ୍ୟଟନ ବିଭାଗ ଦ୍ୱାରା ପରିଚାଳିିତ ଏବଂ ଓଡ଼ିଶା ଡ୍ୟାନ୍ସ ଏକାଡେମୀ ଓ ଆର୍ଟ ଭିଜନର ମିଳିତ ଉଦ୍ୟମରେ ଆୟୋଜିତ ୧୫ତମ ଧଉଳି କଳିଙ୍ଗ ମହୋତ୍ସବ ଉଦ୍‍ଯାପନୀ ଉତ୍ସବରେ ଅତ୍ୟନ୍ତ ମନୋଜ୍ଞ ଓ ଚିତ୍ତାକର୍ଷକ ନୃତ୍ୟ କାର୍ଯ୍ୟକ୍ରମ ପରିବେଷିତ ହୋଇଯାଇଛି।

Advertisment

publive-imageକାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା ଭାରତର ବିଶିଷ୍ଟ ଶାସ୍ତ୍ରୀୟ ନୃତ୍ୟ ଓଡ଼ିଶୀ କାର୍ଯ୍ୟକ୍ରମରୁ। ବାଙ୍ଗାଲୋରରୁ ଆସିଥିବା ମଧୁଲିତା ମହାପାତ୍ର ଓ ସାଥୀଙ୍କ ଦ୍ୱାରା ପ୍ରଥମେ ଶିଭମ ଧିମାହୀ ପରେ ପରେ ହରି ସ୍ମରଣମ ମାଡ଼ୋ ପରିବେଶିତ ହୋଇଥିଲା। ଦୁଇଟିଯାକ ନୃତ୍ୟର ସଂରଚନା କରିଥିଲେ ନିଜେ ମଧୁଲିତା ମହାପାତ୍ର। ପରବର୍ତ୍ତୀ ପ୍ରସ୍ତୁତିରେ ଥିଲା ନୂଆଦିଲ୍ଲୀରୁ ଆସିଥିବା ରାଣି ଖନ୍ନମ ଓ ସାଥୀଙ୍କ ନାଚତ ସୁଧାଙ୍ଗ ଶ୍ରୀ ନନ୍ଦ ନନ୍ଦନ ଓ ପରେ ପରେ ଯୁମୁନାଷ୍ଟକମ। ଯେଉଁଥିରେ କଥକ ନୃତ୍ୟର ସୌନ୍ଦର୍ଯ୍ୟ, ବିଭବ ଏବଂ ତାତ୍ତ୍ୱିକ ବିଶ୍ଳେଷଣକୁ କଳାକାରମାନେ ଅତି ଚମତ୍କାର ଭାବେ ପରିବେଷଣ କରି ସମସ୍ତଙ୍କୁ ବିମୋହିତ କରିଥିଲେ।

publive-imageପରବର୍ତ୍ତୀ ପ୍ରସ୍ତୁତିଟି ଥିଲା କେରଳରୁ ଆସିଥିବା ଶ୍ରୀଜିତ ଟି.ଆର ଓ ସାଥୀଙ୍କ ଦ୍ୱାରା ସମକାଳ ନୃତ୍ୟ କଲାରି ପାଇଟୁ। ନିରବତାର ଭଙ୍ଗୁରତା, ବିପଦର ଅସ୍ଥିରତା ଏବଂ ଗତିଚଳନର ସାଂଗତିକତାର ଏକ ଅପୂର୍ବ ସମନ୍ୱୟ ଏହି ନୃତ୍ୟ ମାଧ୍ୟମରେ ପ୍ରତିଫଳିତ ହୋଇଥିଲା। ଅନ୍ତିମ ସଂଧ୍ୟାର ଅନ୍ତିମ ପ୍ରସ୍ତୁତିରେ ଥିଲା ଭୁବନେଶ୍ୱରର ଓଡ଼ିଶା ଡ୍ୟାନ୍ସ ଏକାଡେମୀ, ବେଙ୍ଗାଳୁରୁର କର୍ଣ୍ଣକୁପିୟା କ୍ରିଏସନ ଓ କଟକର ମୋକ୍ଷ ଅନୁଷ୍ଠାନର ମହମଦ ସୈଫୁଲ ହକଙ୍କ ମିଳିତ ସହଯୋଗରେ ଏକ ଅଭିନ୍ନ ନୃତ୍ୟ କାର୍ଯ୍ୟକ୍ରମ- ମେକ ଇନ ଓଡ଼ିଶା। ଓଡ଼ିଶାର ଐତିହାସିକ ଗୌରବ ଓ ଉଚ୍ଚକୋଟୀର କଳାକୁ ସେମାନେ ତାଙ୍କ ନୃତ୍ୟ ମାଧ୍ୟମରେ ଉପସ୍ଥାପିତ କରିଥିଲେ। ଓଡ଼ିଶୀ ସହିତ ସମକାଳୀନ ଓ ଆଧୁନିକ ନୃତ୍ୟରେ ପ୍ରସ୍ତୁତ ଏହି ଫ୍ୟୁଜନ ବେଶ ଚିତ୍ତାକର୍ଷକ ଥିଲା ଯାହାକୁ ଦର୍ଶକ ଶେଷ ପର୍ଯ୍ୟନ୍ତ ରହି ଉପଭୋଗ କରିଥିଲେ।

Advertisment

publive-imageସଂଧ୍ୟାର ଅତିଥିମାନେ ଥିଲେ ମେଜର ଜେନେରାଲ ବସନ୍ତ କୁମାର ମହାପାତ୍ର, ଭାରତୀୟ ବିଦ୍ୟା ଭବନର ଡ. ଏସ. କେ ଟାମୋଟିଆ; ଏନଟିପିସିର ଜେନେରାଲ ମ୍ୟାନେଜର ସେବାଷ୍ଟିଆନ ଜୋଜେଫ, ନୃତ୍ୟ ସମୀକ୍ଷକ ଡ. ସୁନିଲ କୋଠାରୀ, ସଂସ୍କୃତି ବିଭାଗର ପ୍ରମୁଖ ଶାସନ ସଚିବ ମନୋରଞ୍ଜନ ପାଣିଗ୍ରାହୀ, ପର୍ଯ୍ୟଟନ ଅଧିକାରୀ ରତିକାନ୍ତ ପଟ୍ଟନାୟକ, ସୃଜନର ନିର୍ଦ୍ଦେଶକ ଗୁରୁ ରତିକାନ୍ତ ମହାପାତ୍ର, ଆର୍ଟ ଭିଜନର ସମ୍ପାଦକ ଗୁରୁ ଇଲିୟାନା ସିତାରିଷ୍ଟି, ଓଡ଼ିଶା ଡ଼୍ୟାନ୍ସ ଏକାଡେମୀର ସମ୍ପାଦକ ଗୁରୁ ପଦ୍ମଶ୍ରୀ ଅରୁଣା ମହାନ୍ତି। କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ଅନୁଜା ତାରିଣୀ ମିଶ୍ର ଓ ଡ଼. ଶ୍ରୀନିବାସ ଘଟୁଆରୀ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe