ବସ୍‌-ବାଇକ୍‌ ମୁହାଁମୁହିଁ ଧକ୍କା: ୩ ମୃତ

ଟିଟିଲାଗଡ଼ (ଓଡ଼ିଶା ରିପୋର୍ଟର): ବଲାଙ୍ଗିର ଜିଲ୍ଲା ସଇଁତଳା ବ୍ଲକ୍ ଲୁହୁରିପାଲିରେ ବସ୍‌ ଓ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାଇକ୍‌ରେ ବସିଥିବା ୩ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେମାନଙ୍କୁ ପ୍ରଥମେ ଗୁରୁତର ଅବସ୍ଥାରେ ସଇଁତଳା ମେଡିକାଲରେ ଭର୍ତ୍ତି କରାଯାଇଥିଲା। ତେବେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ। ମୃତକଙ୍କ ପରିଚୟ ମିଳିପାରି ନାହିଁ। ବସ୍‌ଟି ଭବାନୀପାଟଣାରୁ ଭୁବନେଶ୍ୱର ଅଭିମୁଖେ ଯାଉଥିଲା। ଗତକାଲି ବିଳମ୍ବିତ ଏହି ଦୁର୍ଘଟଣା ଘଟିଥିଲା। ପୁଲିସ୍‌ ଘଟଣାର ତଦନ୍ତ କରୁଛି।

bus

Jitendra Garnayak
  • Published: Monday, 19 November 2018
  • , Updated: 19 November 2018, 07:52 AM IST

ଟିଟିଲାଗଡ଼ (ଓଡ଼ିଶା ରିପୋର୍ଟର): ବଲାଙ୍ଗିର ଜିଲ୍ଲା ସଇଁତଳା ବ୍ଲକ୍ ଲୁହୁରିପାଲିରେ ବସ୍‌ ଓ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାଇକ୍‌ରେ ବସିଥିବା ୩ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି।

ସେମାନଙ୍କୁ ପ୍ରଥମେ ଗୁରୁତର ଅବସ୍ଥାରେ ସଇଁତଳା ମେଡିକାଲରେ ଭର୍ତ୍ତି କରାଯାଇଥିଲା। ତେବେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ। ମୃତକଙ୍କ ପରିଚୟ ମିଳିପାରି ନାହିଁ।

ବସ୍‌ଟି ଭବାନୀପାଟଣାରୁ ଭୁବନେଶ୍ୱର ଅଭିମୁଖେ ଯାଉଥିଲା।

ଗତକାଲି ବିଳମ୍ବିତ ଏହି ଦୁର୍ଘଟଣା ଘଟିଥିଲା। ପୁଲିସ୍‌ ଘଟଣାର ତଦନ୍ତ କରୁଛି।

Related story