କୋରାପୁଟ(ଓଡ଼ିଶା ରିପୋର୍ଟର):କୋରାପୁଟ ଜିଲ୍ଲାରେ ଅଭାବନୀୟ ଘଟଣା ଘଟିଛି। କରଞ୍ଜିଗୁଡ଼ା ପାହାଡ଼ରେ ଚୂନମାଟି ଅତଡ଼ା ଖସି ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୨ ଜଣ ମହିଳା ଥିଲା ବେଳେ ଜଣେ ପୁରୁଷ ଅଛନ୍ତି।
ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଚନ୍ଦକା ପଞ୍ଚାୟତର ଦଳପତିଗୁଡା ଗାଁର ୧୦ ଜଣ ଚୂନ ମାଟି ଆଣିବା ପାଇଁ କରଂଜଗୁଡା ପାହାଡ଼କୁ ଯାଇଥିଲେ। ମାଟି ଖୋଳିବା ସମୟରେ ହଠାତ ମାଟିଅତଡା ଖସି ସେମାନଙ୍କ ଉପରେ ପଡ଼ିଥିଲା। ଫଳରେ ଚମ୍ପା ପେଲେସି (୧୮), ଜୟନ୍ତୀ ପେଡକାପୁ(୨୬) ଓ ମୁନା ନାୟକ(୨୭)ଙ୍କ ମୃତ୍ୟୁ ଘଟିଥିବା ବେଳେ ପାଲେସି ଦାନୟା(୩୫) ଓ ପାଲେସି ଧାନମୋତି(୧୭) ଗୁରୁତର ଆହତ ହୋଇଥିଲେ। ସେମାନଙ୍କୁ ଉଦ୍ଧାର କରାଇଯାଇ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ସେମାନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ପଟ୍ଟାଙ୍ଗି ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଥିଲା। ତେବେ ଅନ୍ୟମାନେ ସୁରକ୍ଷିତ ଭାବେ ଉଦ୍ଧାର ହୋଇଥିଲେ।
ପୂର୍ବତନ ସାଂସଦ ଜୟରାମ ପାଙ୍ଗି ହସ୍ପିଟାଲରେ ପହଞ୍ଚି ଗୁରୁତର ଆହତଙ୍କୁ ଭେଟିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ରାଜଧାନୀରେ ପୁଣି ଆରମ୍ଭ ହେବ ବୁଲା କୁକୁର ବନ୍ଧ୍ୟାକରଣ
ରାଜ୍ୟରେ ରାସ୍ତାରେ ବୁଲୁଛନ୍ତି ୧୭ ଲକ୍ଷରୁ ଅଧିକ ବୁଲା କୁକୁର। ଗତ ଦେଢ଼ ମାସ ଭିତରେ କେବଳ ବିଏମସି ହସ୍ପିଟାଲରେ ୫ଶହ ଲୋକ କୁକୁର କାମୁଡ଼ା ଟିକା ନେଇଛନ୍ତି।
Miscellaneous
ଧାନର ମାନ ଖରାପ ଥିଲେ ବି କିଣିବେ ସରକାର; ଫସଲ ନଷ୍ଟ ପାଇଁ ମିଳିବ କ୍ଷତିପୂରଣ
ଓଦା ଧାନ ଶୁଖେଇ ମଣ୍ଡିରେ ବିକ୍ରି ପାଇଁ ଚାଷୀଙ୍କୁ ଅଧିକ ସମୟ ଦିଆଯିବ। ଅଦିନିଆ ବୃଷ୍ଟିପାତଜନିତ କ୍ଷୟକ୍ଷତି ପୂରଣ ପାଇଁ ସରକାର ପ୍ରସ୍ତୁତ ବୋଲି କହିଲେ ମନ୍ତ୍ରୀ।
Politics
‘ମୁଁ ୨ ଥର ଚିଟଫଣ୍ଡ ଠକେଇର ଶିକାର ହୋଇଛି’
ଟଙ୍କା ଯୋଗାଡ଼ କରି ଦେଇଥିଲି, କିନ୍ତୁ ପରେ ସଂସ୍ଥା ହିଁ ଉଭାନ ହୋଇଯାଇଥିଲା। ୧୯୮୬ ଆଇନ ଅନୁସାରେ ଅପିଲ୍ ବି କରିଥିଲି, ମାତ୍ର ଟଙ୍କା ମିଳିଲାନି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।
Accident
ଗୋଡ଼ାଇ ଗୋଡ଼ାଇ କାମୁଡ଼ୁଛି ପାଗଳା କୁକୁର, ୬ ଗୁରୁତର
ପାଗଳ କୁକୁର କାମୁଡ଼ାରେ ୬ଜଣ ଗୁରୁତର ହୋଇଛନ୍ତି। ସେମାନେ ଏବେ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।