ଆସିକା (ମନୋଜ ମୁନି): ଗଞ୍ଜାମ ଜିଲ୍ଲା ଆସିକା ଥାନା ଅନ୍ତର୍ଗତ ସୁମନ୍ତପଲ୍ଲୀ ଗାଁରେ ଘର କାନ୍ଥ ନିର୍ମାଣକୁ ନେଇ ଦୁଇ ପରିବାର ମଧ୍ୟରେ ଝଗଡ଼ ହୋଇ ମାର୍ପିଟ୍ ହୋଇଛି। ଏଥିରେ ଗୋଟିଏ ପରିବାରର ତିନି ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ବାଲିଶିରା ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା ପରେ ଆସିକା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ସୂଚନା ଅନୁଯାୟୀ, ଘର କାନ୍ଥ ନିର୍ମାଣ ନେଇ ଦୁଇ ପରିବାର ମଧ୍ୟରେ ପୂର୍ବରୁ ତିକ୍ତତା ଥିଲା। ହେଲେ ଗତକାଲି ଏହା ଭୟଙ୍କର ରୂପ ନେଇଥିଲେ। ଗତକାଲି ସକାଳେ ପ୍ରଥମେ ଏହାକୁ ନେଇ ଉଭୟ ପରିବାର ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ଏହାପରେ ରାତି ପ୍ରାୟ ସାଢ଼େ ଏଗାରଟା ବେଳେ ଦୁଇ ପରିବାର ସଦସ୍ୟଙ୍କ ମଧ୍ୟରେ ପୁଣି ଏ କଥାକୁ ନେଇ ଯୁକ୍ତିତର୍କ ହୋଇଥିଲା। ତା’ପରେ ଗୋଟିଏ ପରିବାର ଅନ୍ୟ ଏକ ପରିବାରକୁ ଆକ୍ରମଣ କରିଥିଲା। ଫଳରେ ସେହି ପରିବାରର ୩ ଜଣ ସଦସ୍ୟ ଗୁରୁତର ଆହତ ହୋଇଛନ୍ତି। ଖବର ପାଇ ଆସିକା ପୁଲିସ୍ ଘଟଣାରେ ପହଞ୍ଚିଥିଲା। ପୁଲିସ୍ ଘଟଣାର ତଦନ୍ତ କରୁଥିବା ଜଣାପଡ଼ିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।
Miscellaneous
ପାଟପୁର ଥାନା ଦେଶର ଶ୍ରେଷ୍ଠ ଥାନା, ପୁରସ୍କୃତ କରିବେ ଗୃହମନ୍ତ୍ରୀ
ଦେଶର ତିନୋଟି ଶ୍ରେଷ୍ଠ ଥାନା ଭିତରେ ମନୋନୀତ ହୋଇଛି ଗଞ୍ଜାମ ଜିଲ୍ଲାର ପାଟପୁର ଥାନା। ପୁଲିସ ମହାନିର୍ଦ୍ଦେଶକ ସମ୍ମିଳନୀରେ ଯୋଗ ଦେଇ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ପାଟପୁର ଥାନାଧିକାରୀଙ୍କୁ ଦେବେ ଟ୍ରଫି।