Advertisment

ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ୩ ଗିରଫ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜଧାନୀରେ ଜଣେ କାର୍ଯ୍ୟରତ ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ କମିଶନରେଟ୍‌ ପୁଲିସ୍‌ ୩ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ରାଜଧାନୀର ଏକ କଲେଜ୍‌ ଛାତ୍ର ବୋଲି ଜଣାପଡ଼ିଛି। ସହିଦ ନଗର ଥାନା ପୁଲିସ୍‌ ସେମାନଙ୍କୁ ଗିରଫ କରିଛି। ଶନିବାର ମହାରାଜା ସିନେମା ହଲ୍‌ରେ କିଛି ଯୁବକ ମହିଳାଙ୍କୁ ଅଶ୍ଳୀଳ କମେଣ୍ଟ କରୁଥିବାବେଳେ ଗଣମାଧ୍ୟମ ପ୍ରତିନିଧି କପିଳେନ୍ଦ୍ର ପ୍ରଧାନ ଏହାର ପ୍ରତିବାଦ କରିଥିଲେ। ଏହାକୁ ନେଇ ଯୁବକମାନେ ସଂଘବଦ୍ଧ ଭାବେ କପିଳେନ୍ଦ୍ରଙ୍କୁ ଆକ୍ରମଣ କରିଥିଲେ। […]

ଅଦ୍ୟତନ ହୋଇଛି
ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ୩ ଗିରଫ

jour

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜଧାନୀରେ ଜଣେ କାର୍ଯ୍ୟରତ ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ କମିଶନରେଟ୍‌ ପୁଲିସ୍‌ ୩ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ରାଜଧାନୀର ଏକ କଲେଜ୍‌ ଛାତ୍ର ବୋଲି ଜଣାପଡ଼ିଛି। ସହିଦ ନଗର ଥାନା ପୁଲିସ୍‌ ସେମାନଙ୍କୁ ଗିରଫ କରିଛି।

Advertisment

ଶନିବାର ମହାରାଜା ସିନେମା ହଲ୍‌ରେ କିଛି ଯୁବକ ମହିଳାଙ୍କୁ ଅଶ୍ଳୀଳ କମେଣ୍ଟ କରୁଥିବାବେଳେ ଗଣମାଧ୍ୟମ ପ୍ରତିନିଧି କପିଳେନ୍ଦ୍ର ପ୍ରଧାନ ଏହାର ପ୍ରତିବାଦ କରିଥିଲେ। ଏହାକୁ ନେଇ ଯୁବକମାନେ ସଂଘବଦ୍ଧ ଭାବେ କପିଳେନ୍ଦ୍ରଙ୍କୁ ଆକ୍ରମଣ କରିଥିଲେ। ଏନେଇ କପିଳେନ୍ଦ୍ର ସହିଦନଗର ଥାନାରେ ଏତଲା ଦେଇଥିଲେ।

ଅନ୍ୟପକ୍ଷରେ ଅଭିଯୁକ୍ତଙ୍କୁ ପକ୍ଷରୁ ମଧ୍ୟ ପାଲଟା ଅଭିଯୋଗ କରାଯାଇଥିଲା।

ଏହି ଘଟଣାକୁ ନେଇ ଆଜି ସାମ୍ବାଦିକ ସୁରକ୍ଷା ମଞ୍ଚ ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀରେ ତୀବ୍ର ନିନ୍ଦା କରାଯାଇଥିଲା। ମଞ୍ଚ ପକ୍ଷରୁ ଏକ ପ୍ରେସମିଟରେ ଘଟଣାକୁ ନିନ୍ଦା କରାଯିବା ସହ ଅଭିଯୁକ୍ତଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି କରିଥିଲା।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe