ଜଳେଶ୍ୱର(ଅଜିତ ଦାସ): ମହିଳାଙ୍କ ଭିଡିଓ ଉତ୍ତୋଳନ କରିବା ମହଙ୍ଗା ପଡ଼ିଲା। ତିନି ଜଣ ଯୁବକଙ୍କୁ ଗାଁ ଲୋକେ ଏକ ଖୁଣ୍ଟରେ ବାନ୍ଧି ସର୍ବସମ୍ମୁଖରେ ବସ୍ ଉଠ କରାଇଛନ୍ତି। ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ଭୋଗରାଇ ଅଞ୍ଚଳରେ। ଏହି ତିନି ଅଭିଯୁକ୍ତ ଯୁବକ ହେଲେ ବିକାଶ ଦତ୍ତ,ମୁନା ପ୍ରଧାନ ଓ ପରେଶ ଦତ୍ତ। ସେମାନଙ୍କ ଘର ଗୁନେଇବସାଣ ଗାଁରେ।
ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତିରେ ଏହି ୩ ଜଣ ଯୁବକ ଜଣେ ମହିଳାଙ୍କ ଅଜାଣତରେ ଭିଡିଓ ଉତ୍ତୋଳନ କରୁଥିଲେ। ଏନେଇ ମହିଳା ଜଣଙ୍କ ଜାଣି ପାରି ସେ ତାଙ୍କ ପରିବାର ଲୋକଙ୍କୁ କହିଥିଲେ। ଏହାପରେ ପରିବାରଲୋକେ ଓ ଗାଁଲୋକେ ମିଶି ଏହି ତିନି ଜଣ ଯୁବକଙ୍କୁ କାବୁ କରି ଉଠବସ କରିବା ସହିତ ଏକ ଖୁଣ୍ଟରେ ବାନ୍ଧି ଦେଇଥିଲେ। ଗାଁଲୋକେ ଏହି ତିନି ଜଣ ଯୁବକଙ୍କୁ ୬ ହଜାର ଟଙ୍କା ଜରିମାନା ମଧ୍ୟ କରିଛନ୍ତି। ତେବେ ଏନେଇ ପୁଲିସରେ ଅଭିଯୋଗ ହୋଇ ନଥିବା ବେଳେ ସମ୍ପୃକ୍ତ ଯୁବକମାନଙ୍କୁ ଗ୍ରାମବାସୀ ଅଟକ ରଖିଥିବା ସୂଚନା ମିଳିଛି।
ସୂଚନାଯୋଗ୍ୟ, ଗତ ତିନିମାସ ହେଲା ଏହି ଯୁବକମାନେ ଅଶ୍ଳୀଳ ଭିଡିଓ ପ୍ରସ୍ତୁତ କରୁଥିବା ଅଭିଯୋଗ ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।