୫ ଜିଲ୍ଲାବାସୀଙ୍କୁ ଅପରାହ୍ନ ସାଢ଼େ ୪ଟା ଯାଏଁ ସତର୍କ ରହିବାକୁ ପରାମର୍ଶ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟରେ କାଳବୈଶାଖୀ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆଜି ଅପରାହ୍ନ ସାଢ଼େ ୪ଟା ଯାଏଁ ୫ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଉଛି ନୂଆପଡ଼ା, ନବରଙ୍ଗପୁର, ବଲାଙ୍ଗିର, କଳାହାଣ୍ଡି ଓ କନ୍ଧମାଳ। ଏହି ସମୟରେ ଘରୁ ନ ବାହାରିବା ପାଇଁ  ଲୋକମାନଙ୍କୁ  ସତର୍କ କରାଯାଇଛି।

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।