ଏହି ସବୁ ଜିଲ୍ଲାରେ ଆଜି ହୋଇପାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା, ସତର୍କ ରହିବାକୁ ପରାମର୍ଶ

ଭୁବନେଶ୍ୱର: ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗର  ସତର୍କ ସୂଚନା।  ଆଜି ମଧ୍ୟ ହୋଇପାରେ କାଳବୈଶାଖୀ।  ପବନ ବୋହିବ । ଘଡ଼ଘଡ଼ି ହେବ ।  ଏମିତି କି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇପାରେ।

ବିଶେଷ କରି କେନ୍ଦୁଝର, ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ୱର, ରାୟଗଡ଼ା,  କୋରାପୁଟ, ଗଜପତି, ଅନୁଗୁଳ, ଢେଙ୍କାନାଳ ଓ ଯାଜପୁର ଜିଲ୍ଲାରେ କାଳବୈଶାଖୀ ହେବାର ସମ୍ବାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।  ସନ୍ଧ୍ୟା ୭ଟା ୪୫ ଯାଏଁ ସତର୍କ ରହିବାକୁ ପାଣିପାଗ କେନ୍ଦ୍ର ପରାମର୍ଶ ଦେଇଛି। ଏହି ସମୟରେ  ବର୍ଷା ସାଙ୍ଗକୁ ୫୦ରୁ ୬୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି।