Advertisment

ଅସମ୍ଭାଳ ତାତି ପରେ ଆସୁଛି କାଳବୈଶାଖୀ, ୨୪ରେ ପ୍ରବଳ ବର୍ଷା!

କୋରାପୁଟ, ରାୟଗଡ଼ା, ନୟାଗଡ଼, ଢେଙ୍କାନାଳ ଓ ଯାଜପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାରେ ସମ୍ଭାବନା ରହିଛି। କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ ଓ କେନ୍ଦ୍ରାପଡ଼ା ଜିଲ୍ଲାରେ କୁଆପଥର ବର୍ଷା ହୋଇପାରେ। ସେଥିପାଇଁ ଏହି ସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ଅଦ୍ୟତନ ହୋଇଛି
Rain

Rain

Advertisment

ତାତିରୁ ମିଳିବ ଆଶ୍ୱସ୍ତି। ଧୀରେ ଧୀରେ ପାଗରେ ପରିବର୍ତ୍ତନ ହେଉଛି। କାଳବୈଶାଖୀ ଯୋଗୁ ପାଗରେ ପରିବର୍ତ୍ତନ ହେଉଛି। ପାରଦ ଖସୁଛି। ଆଗକୁ ଏମିତିକା ପାଗ ୫ ଦିନ ପର୍ଯ୍ୟନ୍ତ ଲାଗି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍‌ ଯୋଗେ ସୂଚନା ଦିଆଯାଇଛି। ଆଜି ନୂଆପଡ଼ାକୁ ଛାଡ଼ିଦେଲେ ରାଜ୍ୟର ଅଧିକାଂଶ ସହରର ତାପମାତ୍ର ୪୦ ଡିଗ୍ରୀ ତଳେ ରହିଛି। ତେବେ ୨୪ ତାରିଖରେ କିଛି ଜିଲ୍ଲାରେ ପ୍ରବଳ ‍ବର୍ଷା ହେବାର ସମ୍ଭାବନା ରହିଛି।

Advertisment

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ବୁଲେଟିନ୍‌ ଅନୁସାରେ ୨୩ ତାରିଖ ସକାଳ ସାଢ଼େ ୮ଟା ଯାଏଁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର, ପୁରୀ, କେନ୍ଦ୍ରାପଡ଼ା ଜିଲ୍ଲାରେ କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ଓ ବିଜୁଳି ମାରିବାର ଆଶଙ୍କା ରହିଛି। ଏହି ସବୁ ଜିଲ୍ଲାରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବୋହିବ। ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି ଓ କୋରାପୁଟ ଜିଲ୍ଲାରେ କେତେକ ସ୍ଥାନରେ କୁଆପଥର ମାଡ଼ ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨୩ ତାରିଖ ସକାଳ ସାଢ଼େ ୮ଟାରୁ ୨୪ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, ଢେଙ୍କାନାଳ, କଟକ, ଜଗତସିଂହପୁର, ପୁରୀ, କେନ୍ଦ୍ରାପଡ଼ା, ଯାଜପୁର, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ଓ ବିଜୁଳି ମାରିବାର ଆଶଙ୍କା ରହିଛି। ଏହି ସବୁ ଜିଲ୍ଲାରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବୋହିବ। ତେବେ କୋରାପୁଟ, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଖୋର୍ଦ୍ଧା ଓ ଢେଙ୍କାନାଳ ଜିଲ୍ଲାରେ କୁଆପଥର ମାଡ଼ ହୋଇପାରେ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment

୨୪ ତାରିଖ ସକାଳ ସାଢ଼େ ୮ଟାରୁ ୨୫ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, ଢେଙ୍କାନାଳ, ଅନୁଗୋଳ, କଟକ, ଜଗତସିଂହପୁର, ପୁରୀ, କେନ୍ଦ୍ରାପଡ଼ା, ଯାଜପୁର, ବାଲେଶ୍ୱର, କେନ୍ଦୁଝର, ଭଦ୍ରକ ଓ ମୟୂରଭଞ୍ଜ ଜିଲ୍ଲାରେ କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ଓ ବିଜୁଳି ମାରିବାର ଆଶଙ୍କା ରହିଛି। ଏହି ସବୁ ଜିଲ୍ଲାରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବୋହିବ। ତେବେ କୋରାପୁଟ, ରାୟଗଡ଼ା, ନୟାଗଡ଼, ଢେଙ୍କାନାଳ ଓ ଯାଜପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାରେ ସମ୍ଭାବନା ରହିଛି। କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ ଓ କେନ୍ଦ୍ରାପଡ଼ା ଜିଲ୍ଲାରେ କୁଆପଥର ବର୍ଷା ହୋଇପାରେ। ସେଥିପାଇଁ ଏହି ସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

୨୫ ତାରିଖ ସକାଳ ସାଢ଼େ ୮ଟାରୁ ୨୬ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ରାୟଗଡ଼, ଗଜପତି ଓ ଗଞ୍ଜାମ ଜିଲ୍ଲାରେ କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ଓ ବିଜୁଳି ମାରିବାର ଆଶଙ୍କା ରହିଛି। ତେବେ କଳାହାଣ୍ଡିକୁ ଛାଡ଼ିଦେଲେ ସବୁ ଜିଲ୍ଲାରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବୋହିବ।

ସେହିପରି ୨୬ ତାରିଖ ସକାଳ ସାଢ଼େ ୮ଟାରୁ ୨୭ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ,ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର ଓ କଟକ ଜିଲ୍ଲାରେ କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ଓ ବିଜୁଳି ମାରିବାର ଆଶଙ୍କା ରହିଛି।

Heavy Rain Weather Report
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe