ଅପରାହ୍ନ ସାଢ଼େ ୩ଟାରୁ ସନ୍ଧ୍ୟା ସାଢ଼େ ୭ଟା ପର୍ଯ୍ୟନ୍ତ ସତର୍କ ରୁହନ୍ତୁ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର ଅନେକ ସ୍ଥାନରେ ମଧ୍ୟମ ଧରଣର ବର୍ଷା ହୋଇପାରେ। ବର୍ଷା ସହିତ ଝଡ଼ ଓ ବଜ୍ରପାତ ବି ହୋଇପାରେ। ଏଥିପାଇଁ ଭୁବନେଶ୍ୱର ସ୍ଥିତ ପାଣିପାଗ କେନ୍ଦ୍ର ପକ୍ଷରୁ ୧୫ଟି ଜିଲ୍ଲାକୁ ସତର୍କ କରାଯାଇଛି। ଏହା ସହିତ ଭୁବନେଶ୍ୱରବାସୀଙ୍କୁ ମଧ୍ୟ ସତର୍କ କରାଯାଇଛି। ଯେଉଁ ସବୁ ଜିଲ୍ଲାଗୁଡ଼ିକୁ ସତର୍କ କରାଯାଇଛି, ସେଗୁଡ଼ିକ ହେଲା- ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ, ଦେବଗଡ଼, କଟକ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ଭଦ୍ରକ, ବାଲେଶ୍ୱର […]

rain

Jitendra Garnayak
  • Published: Sunday, 26 August 2018
  • , Updated: 26 August 2018, 07:56 AM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର ଅନେକ ସ୍ଥାନରେ ମଧ୍ୟମ ଧରଣର ବର୍ଷା ହୋଇପାରେ। ବର୍ଷା ସହିତ ଝଡ଼ ଓ ବଜ୍ରପାତ ବି ହୋଇପାରେ। ଏଥିପାଇଁ ଭୁବନେଶ୍ୱର ସ୍ଥିତ ପାଣିପାଗ କେନ୍ଦ୍ର ପକ୍ଷରୁ ୧୫ଟି ଜିଲ୍ଲାକୁ ସତର୍କ କରାଯାଇଛି। ଏହା ସହିତ ଭୁବନେଶ୍ୱରବାସୀଙ୍କୁ ମଧ୍ୟ ସତର୍କ କରାଯାଇଛି।

ଯେଉଁ ସବୁ ଜିଲ୍ଲାଗୁଡ଼ିକୁ ସତର୍କ କରାଯାଇଛି, ସେଗୁଡ଼ିକ ହେଲା- ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ, ଦେବଗଡ଼, କଟକ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜ।

ଏହି ସବୁ ଜିଲ୍ଲାବାସୀଙ୍କୁ ଅପରାହ୍ନ ସାଢ଼େ ୩ଟାରୁ ସନ୍ଧ୍ୟା ସାଢ଼େ ୭ଟା ପର୍ଯ୍ୟନ୍ତ ସତର୍କ ରହିବାକୁ କୁହାଯାଇଛି। ଏହି ସମୟ ମଧ୍ୟରେ ସଂପୃକ୍ତ ଜିଲ୍ଲାଗୁଡ଼ିକର କିଛି କିଛି ସ୍ଥାନରେ ଝଡ଼ ଓ ବଜ୍ରପାତ ସହିତ ସହିତ ମଧ୍ୟମ ଧରଣର ବର୍ଷା ହେବ।

Related story