ଭୁବନେଶ୍ୱର: କାଳବୈଶାଖୀ ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆଜି ରାତି ୮ଟା ପର୍ଯ୍ୟନ୍ତ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ।
ବିଭାଗ ପକ୍ଷରୁ ୧୧ଟି ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି। ସେଇ ଜିଲ୍ଲାଗୁଡ଼ିକ ହେଲା, ରାୟଗଡ଼ା, ଗଞ୍ଜାମ, ଗଜପତି, କନ୍ଧମାଳ, ନବରଙ୍ଗପୁର, ବଲାଙ୍ଗିର, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ ଓ ଯାଜପୁର। ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ଏପରି ମେଘୁଆ ପାଗ ରହିବ ବୋଲି ଆଶଙ୍କା କରିଛି ପାଣିପାଗ ବିଭାଗ। ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ପ୍ରଭାବ ଅଧିକ ରହିବା ସହିତ ଘଣ୍ଟାପ୍ରତି ୫୦ରୁ ୬୦ କି.ମି. ବେଗରେ ପବନ ବହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।