Advertisment

ଆସନ୍ତାକାଲି ଏହି ସବୁ ଜିଲ୍ଲାରେ କାଳବୈଶାଖୀ ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଧୀରେ ଧୀରେ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ବଢ଼ିବା ସହ ଗରମ ଅନୁଭୂତ ହେଉଛି। ଆଗାମୀ ଦୁଇ ଦିନ ତାପମାତ୍ରା ସ୍ୱାଭାବିକ ରହିବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗର କାର୍ଯ୍ୟରତ ଅଫିସର ରମେଶ ନାୟକ କହିଛନ୍ତି,“ବଙ୍ଗୋପସାଗରରୁ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ଓଡ଼ିଶା ମଧ୍ୟକୁ ପ୍ରବେଶ କରୁଛି। ସେଥିପାଇଁ ପାଗ ଟିକେ ଥଣ୍ଡା ରହୁଛି। ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରଭାବରେ ୧୩ ତାରିଖରେ ପଶ୍ଚିମ ଓଡ଼ିଶାର ସୁନ୍ଦରଗଡ଼, ସମ୍ବଲପୁର ଓ […]

ଅଦ୍ୟତନ ହୋଇଛି
ରାତିରେ ହେବ ଧୂଳିଝଡ଼ ସହ ବର୍ଷା

Rain-in-Bhubaneswar8888

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଧୀରେ ଧୀରେ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ବଢ଼ିବା ସହ ଗରମ ଅନୁଭୂତ ହେଉଛି। ଆଗାମୀ ଦୁଇ ଦିନ ତାପମାତ୍ରା ସ୍ୱାଭାବିକ ରହିବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି।

Advertisment

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗର କାର୍ଯ୍ୟରତ ଅଫିସର ରମେଶ ନାୟକ କହିଛନ୍ତି,“ବଙ୍ଗୋପସାଗରରୁ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ଓଡ଼ିଶା ମଧ୍ୟକୁ ପ୍ରବେଶ କରୁଛି। ସେଥିପାଇଁ ପାଗ ଟିକେ ଥଣ୍ଡା ରହୁଛି। ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରଭାବରେ ୧୩ ତାରିଖରେ ପଶ୍ଚିମ ଓଡ଼ିଶାର ସୁନ୍ଦରଗଡ଼, ସମ୍ବଲପୁର ଓ ବରଗଡ଼ ଜିଲ୍ଲାରେ କାଳବୈଖାଖୀ ସହ ବର୍ଷା ହେବା ସମ୍ଭାବନା ରହିଛି। ସେହିପରି ୧୪ ଓ ୧୫ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସହ ବର୍ଷା ହେବ। ଉତ୍ତର ଓଡ଼ିଶାରେ କାଳବୈଶାଖୀ ସହ ଅଧିକ ବର୍ଷା ହେବ। ପଶ୍ଚିମ ଓଡ଼ିଶାର କେତୋଟି ଜିଲ୍ଲାରେ କାଳବୈଶାଖୀ ସହ ବର୍ଷା ହେବ।”

ଗତକାଲି ମାଲକାନଗିରିରେ ସର୍ବାଧିକ ତାପମାତ୍ରା ୩୮.୫ଡିଗ୍ରୀ ରେକର୍ଡ କରାଯାଇଛି। ଭବାନୀପାଟଣା, ବଲାଙ୍ଗିର ଓ ସୋନପୁରରେ ତାପମାତ୍ରା ୩୭ ଡିଗ୍ରୀ ରହିଥିଲା।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe