Heat wave
ଦୁଇ ଦିନ ପରେ ତାତିରୁ ମିଳିପାରେ ସାମାନ୍ୟ ଆଶ୍ୱସ୍ତି। ଅର୍ଥାତ ୨୧ ତାରିଖ ପରେ ରାଜ୍ୟରେ ତାପମାତ୍ରା କମିବା ସମ୍ଭାବନା ରହିଛି। ଗୁରୁଚାପ ବଳୟ ପ୍ରଭାବରେ ଆସନ୍ତା ଦୁଇ ଦିନ ପରେ ତାପମାତ୍ରା ହ୍ରାସ ହୋଇପାରେ। ୨୨ ଓ ୨୩ ତାରିଖରେ ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାଶ ଏନେଇ ସୂଚନା ଦେଇଛନ୍ତି।
ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ବୁଲେଟିନ୍ ଅନୁସାରେ ୨୧ ତାରିଖ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାରେ କେତେକ ସ୍ଥାନରେ ଘଡଘଡ଼ି ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ୨୨ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ଓ ବିଜୁଳି ମାରିବାର ଆଶଙ୍କା ରହିଛି। ଏହି ସବୁ ଜିଲ୍ଲାରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବୋହିବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୨୩ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଜପତି, ଗଞ୍ଜାମ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ଓ ବିଜୁଳି ମାରିବାର ଆଶଙ୍କା କରାଯାଉଛି। ଏହି ସବୁ ଜିଲ୍ଲାରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବୋହିବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploadimage/library/16_9/16_9_0/Heat_wave_1681195461.jpg)