ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ କେତେକ ଜିଲ୍ଲାରେ ଘଡ଼ଘଡ଼ି ବଜ୍ରପାତ ସହ ବର୍ଷା ହେବାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ଆଜି ସ୍ୱତନ୍ତ୍ର ରିଲିଫ୍ କମିଶନର(ଏସ୍ଆର୍ସି)ଙ୍କ ଅଫିସ୍ ପକ୍ଷରୁ ସତର୍କତା ଜାରି କରାଯାଇଛି। ୧୮ ତାରିଖ ଯାଏ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଅଞ୍ଚଳରେ ଜିଲ୍ଲା ପ୍ରଶାସନକୁ ସଜାଗ ରହିବା ପାଇଁ ପରାମର୍ଶ ଦିଆଯାଇଛି। ଏଥିସହ କାଳବୈଶାଖୀରେ ଯଦି କୌଣସି କ୍ଷୟକ୍ଷତି ହେବ, ତା’ହେଲେ ଏହାର ରିପୋର୍ଟ ଖୁବ୍ଶୀଘ୍ର ଦେବାକୁ ଏସ୍ଆର୍ସିଙ୍କ ଅଫିସ୍ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।
ଭାରତୀୟ ପାଣିପାଗ ବିଭାଗ(ଆଇଏମ୍ଡି) ଜାରି କରିଥିବା ବୁଲେଟିନ୍ ଅନୁସାରେ ୧୬ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ମୟୂରଭଞ୍ଜ, ବାଲେଶ୍ୱର ଓ ରାୟଗଡ଼ା ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘଡ଼ଘଡ଼ି ବଜ୍ରପାତ ସହ ସ୍ୱଳ୍ପରୁ ମଧ୍ୟମର ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଅନ୍ୟ ସବୁ ଜିଲ୍ଲାରେ ପାଗ ସାଧାରଣତଃ ଶୁଖିଲା ରହିପାରେ। ତେବେ ଘଡ଼ଘଡ଼ି ବଜ୍ରପାତ ନେଇ କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଜପତି, ନୟାଗଡ଼ ଓ ଖୋର୍ଦ୍ଧା ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
https://twitter.com/mcbbsr/status/1514892795399471105?s=20&t=-fLi3E0tNowhBV8sjTb8Tw
୧୬ ତାରିଖ ସକାଳ ସାଢ଼େ ୮ଟାରୁ ୧୭ ତାରିଖ ସକାଳ ସାଢ଼େ ୮ଟା ଭିତରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି, ନୟାଗଡ଼ ଓ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ କାଳବୈଶାଖୀ ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ବଜ୍ରପାତ ଓ ଘଡ଼ଘଡ଼ି ନେଇ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କନ୍ଧମାଳ, ଗଜପତି ଓ ଗଞ୍ଜାମ ଜିଲ୍ଲା ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୧୭ ତାରିଖ ସକାଳ ସାଢ଼େ ୮ଟାରୁ ୧୮ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ବଜ୍ରପାତ ଘଡ଼ଘଡ଼ି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ତେବେ କାଳବୈଶାଖୀ ଓ ବଜ୍ରପାତ ନେଇ କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବାକି ଜିଲ୍ଲାରେ ପାଗ ସୁଖିଲା ରହିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।