ବର୍ଷା ସହ ବଜ୍ରପାତ ସମ୍ଭାବନା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ତାତି ମିଳିବ ତ୍ରାହି। ଗରମ ଓ ଗୁଳୁଗୁଳିରୁ ମିଳିପାରେ ସାମାନ୍ୟ ଆଶ୍ୱସ୍ତି। ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। କିଛି ସ୍ଥାନରେ ହାଲୁକା ବର୍ଷା ସହ ବଜ୍ରପାତ ହେବା ନେଇ ମଧ୍ୟ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ୧୦ ଜିଲ୍ଲାରୁ ବଜ୍ରପାତ ନେଇ ପାଣିପାଗ ବିଭାଗ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି । ସେଗୁଡିକ ହେଲା ମାଲକାନଗିରି, କୋରାପୁଟ,ନବରଙ୍ଗପୁର, ନୂଆପଡ଼ା, […]

Rain

Rain

Madhupriya Mistry
  • Published: Wednesday, 21 April 2021
  • Updated: 21 April 2021, 09:35 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ତାତି ମିଳିବ ତ୍ରାହି। ଗରମ ଓ ଗୁଳୁଗୁଳିରୁ ମିଳିପାରେ ସାମାନ୍ୟ ଆଶ୍ୱସ୍ତି। ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। କିଛି ସ୍ଥାନରେ ହାଲୁକା ବର୍ଷା ସହ ବଜ୍ରପାତ ହେବା ନେଇ ମଧ୍ୟ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

୧୦ ଜିଲ୍ଲାରୁ ବଜ୍ରପାତ ନେଇ ପାଣିପାଗ ବିଭାଗ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି । ସେଗୁଡିକ ହେଲା ମାଲକାନଗିରି, କୋରାପୁଟ,ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗିର, ସୋନପୁର, ବରଗଡ଼, ଝାରସୁଗୁଡା ଓ ସୁନ୍ଦରଗଡ଼। ଏହି ସବୁ ଜିଲ୍ଲାରେ ବଜ୍ରପାତ ସମ୍ଭାବନା ରହିଛି।

ଗତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ସାମାନ୍ୟ ବର୍ଷା ହୋଇଥିବା ରେକର୍ଡ ହୋଇଛି। ଗଜପତି ଜିଲ୍ଲାର ନୂଆଗଡ଼ଠାରେ ୨୮ ଦଶମିକ ୨ ମିଲିମିଟର ବର୍ଷା ହୋଇଥିବା ନେଇ ରେକର୍ଡ କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos