ପବିତ୍ର ଇଦ୍-ଉଲ୍ -ଜୁହା ପର୍ବ ପାଇଁ ଆସନ୍ତା ୨୯ତାରିଖ ଗୁରୁବାରକୁ ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି । ରାଜ୍ୟ ସରକାରଙ୍କ କ୍ୟାଲେଣ୍ଡରରେ ପୂର୍ବରୁ ଜୁନ୍ ୩୦ତାରିଖ ଶୁକ୍ରବାରକୁ ଇଦ-ଉଲ-ଜୁହା ପାଇଁ ଛୁଟି ଘୋଷଣା ହୋଇଥିଲା । କିନ୍ତୁ ଆଜି ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ଜାରି ହୋଇ ଗୁରୁବାରକୁ ସରକାରୀ ଛୁଟି ଘୋଷଣା କରାଯାଇଛି । ଏହି ଦିନ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ, ରାଜସ୍ୱ ଓ ମାଜିଷ୍ଟ୍ରେଟ କୋର୍ଟ, ବ୍ୟାଙ୍କ ଆଦି ବନ୍ଦ ରହିବ ।
ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ଆସନ୍ତା ୩୦ତାରିଖ ପରିବର୍ତ୍ତେ ୨୯ତାରିଖରେ ପବିତ୍ର ଇଦ୍ ଉଲ ଜୁହା ପାଇଁ ସମସ୍ତ ସରକାରୀ କାର୍ଯ୍ୟାଳୟ, ରାଜସ୍ୱ ଓ ମାଜିଷ୍ଟ୍ରେଟ୍ କୋର୍ଟ ଛୁଟି ରହିବ । ଏହାସହିତ ରାଜ୍ୟରେ ଥିବା ସମସ୍ତ ବ୍ୟାଙ୍କ ଓ ଅନ୍ୟାନ୍ୟ ବ୍ୟାଙ୍କିଙ୍ଗ ଅନୁଷ୍ଠାନ ମଧ୍ୟ ଜୁନ୍ ୨୯ତାରିଖରେ ଇଦ୍ ଉଲ ଜୁହା ପାଇଁ ଛୁଟି ରହିବ ବୋଲି ବିଭାଗ ପକ୍ଷରୁ ଜାରି ୨ଟି ଭିନ୍ନ ଭିନ୍ନ ବିଜ୍ଞପ୍ତିରେ ଉଲ୍ଲେଖ ରହିଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Guest Column
ବିଶ୍ୱବିଦ୍ୟାଳୟ ସ୍ୱାୟତ୍ତତାରେ ରହିଛି ଉତ୍କର୍ଷ ସମ୍ଭାବନା
୨୦୨୫-୨୬ ବଜେଟ ଅଧିବେଶନର ୨୫ଶ ଦିବସରେ ଦୀର୍ଘ ସାଢେ ୧୨ ଘଣ୍ଟାର ପୁଙ୍ଖାନୁପୁଙ୍ଖ ଆଲୋଚନା ପରେ ଓଡ଼ିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ବିଧେୟକ ୨୦୨୪ ପାରିତ ହେବା ଯୁଗାନ୍ତକାରୀ। ପ୍ରାୟ ଦୁଇ ଦଶନ୍ଧି ପରେ ରାତି ତମାମ ସରଗରମ ଆଲୋଚନା କରାଗଲା। ଅପରାହ୍ନ ୪ରୁ ଭୋର ୪ଟା ୨୯ ପର୍ଯ୍ୟନ୍ତ ଜୋରଦାର ଆଲୋଚନା ପରେ ବିଶ୍ୱବିଦ୍ୟାଳୟ ସଂଶୋଧନ ବିଧେୟକ ୨୦୨୪ ପାରିତ ହେବା ଏକ ଭଲ ପଦକ୍ଷେପ।

Politics
ପାଣ୍ଡିଆନ ଚାହୁଁଛନ୍ତି କି ବିଜେଡି ବିଭାଜନ: ସୁଜାତାଙ୍କ ଏଣ୍ଟ୍ରି ପାଇଁ ‘ଡିଲ୍’ , ସସ୍ମିତ-ପ୍ରତାପ ମୋହରା
ବିଜେଡି ସୂତ୍ର ଅନୁସାରେ, ନବୀନଙ୍କ ଉତ୍ତରାଧିକାରୀ ଭାବେ ବିଜୁ ପଟ୍ଟନାୟକଙ୍କ ପରିବାରର କୌଣସି ସଦସ୍ୟ ଆସିବା ପାଇଁ ଅନିଚ୍ଛା ପ୍ରକାଶ କରିବା ପରେ ସୁଚିନ୍ତିତ ଢଙ୍ଗରେ ସୁଜାତାଙ୍କୁ ଆଗକୁ ଆଣିବାର ବ୍ୟବସ୍ଥା ହୋଇଛି । ନବେ ଦଶକରେ ନବୀନଙ୍କ ରାଜନୀତିକ ଏଂଟ୍ରି ପାଇଁ ଯେଭଳି ‘ଡିଲ୍’ ହୋଇଥିଲା ଅନୁରୂପ ‘ଡିଲ୍’ ସୁଜାତାଙ୍କ ରାଜନୀତିକ ଏଂଟ୍ରି ନିମନ୍ତେ କରାଯାଇଥିବା ଚର୍ଚ୍ଚା ।

Guest Column
କ୍ରମଶଃ ବୟସ୍କ ଭୁବନେଶ୍ଵର
୨୦୨୪ ମସିହାରେ ଭୁବନେଶ୍ୱର ମହାନଗର ଅଞ୍ଚଳର ଆନୁମାନିକ ଜନସଂଖ୍ୟା ପ୍ରାୟ ୧୨,୫୭,୦୦୦ ଥିଲା। ଏହି ତଥ୍ୟ ଆଧାରରେ, ଯଦି ଭୁବନେଶ୍ୱରରେ ବୟସ୍କ ଜନସଂଖ୍ୟା ରାଜ୍ୟ ଅନୁପାତ ସମାନ ଥାଏ (ପ୍ରାୟ ୧୩%), ତେବେ ଭୁବନେଶ୍ୱରର ବୃଦ୍ଧ ନାଗରିକଙ୍କ ସଂଖ୍ୟା ପ୍ରାୟ ୧,୬୩,୪୨୩ ହେବ ବୋଲି ଅନୁମାନ କରାଯାଏ। କେବଳ ଭୁବନେଶ୍ୱର ନୁହେଁ, ଅନେକ ସହର ଓ ଗ୍ରାମରେ ମଧ୍ୟ ଏହିପରି ସଙ୍କଟ ଦେଖା ଗଲାଣି।

Politics
ନବୀନଙ୍କୁ ଚେତାଇଲେ ନେତା: ଅପବାଦ ମୁଣ୍ଡାଇବାକୁ ପ୍ୟାରୀ-ପାଣ୍ଡିଆନ ନାହାନ୍ତି, ଏଣିକି ଆପଣ ହିଁ ଦାୟୀ
ୱାକଫ୍ ସଂଶୋଧନ ବିଲ୍ ପ୍ରସଙ୍ଗରେ ରାଜ୍ୟସଭାରେ ଗୁରୁବାର ବିଜେଡିର ନାଟକୀୟ ଆଭିମୁଖ୍ୟକୁ ନେଇ ଦଳରେ ସୃଷ୍ଟି ହୋଇଥିବା ବିସ୍ଫୋରକ ପରିସ୍ଥିତି ମଧ୍ୟରେ ଶୁକ୍ରବାର ପୂର୍ବାହ୍ନରେ ଆଗଧାଡ଼ିର ଦଳୀୟ ନେତାମାନେ ନବୀନଙ୍କୁ ଭେଟି ସାଂଗଠନିକ ପରିଚାଳନା ଓ ଦଳର ଆଭିମୁଖ୍ୟକୁ ନେଇ ନିଜ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି ।

Politics
ଅସହାୟ ନବୀନ, ଆତ୍ମରକ୍ଷା ମୁଦ୍ରାରେ ପାଣ୍ଡିଆନ: ଭୁଶୁଡ଼ୁଛି ବିଜେଡି, ଆକ୍ରୋଶରେ ନେତା-କର୍ମୀ
ରାଜ୍ୟରେ ବିଜେପି କ୍ଷମତାରେ ଥିବାବେଳେ ମୁଖ୍ୟ ବିରୋଧୀ ଦଳ ବିଜେଡି ଯେଉଁ ଢଙ୍ଗରେ ରାଜ୍ୟସଭାରେ ଆତ୍ମସମର୍ପଣ କରିଛି ତାହା ଦଳର ଅସହାୟତାର ପ୍ରମାଣ ଦେଇଛି ।