କୋରାପୁଟ(ସୂର୍ଯ୍ୟ ନାରାୟଣ ପଣ୍ଡା): ନୂଆପଡ଼ା ଓ କୋରାପୁଟ ଜିଲ୍ଲାରେ ବାଘ ଆତଙ୍କ। ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକ୍ ଖଇରା ଗାଁ ନିକଟ ଜଙ୍ଗଲରେ କଲରାପତରିଆ ବାଘ ଗତରାତିରେ ଏକ ବଳଦକୁ ମାରି ଖାଇଥିବା ଅଭିଯୋଗ ହୋଇଛି। ଦିନ ମଜୁରିଆ ଭାବେ ପେଟ ପୋଷୁଥିବା ଜିତ ମାଝୀଙ୍କର ବଳଦକୁ କଲରାପତରିଆ ବାଘ ମାରିଥିବା ଅଭିଯୋଗ ହୋଇଛି।
ଘରେ ବୁଢ଼ୀ ମା’ ଓ ମାନସିକ ଅନଗ୍ରସର ଝିଅ ଥିବା ବେଳେ, ଆଗକୁ ସେ ଲୋକଙ୍କ ବିଲରେ ହଳ କରି କେମିତି ରୋଜଗାର କରିବେ, ସେନେଇ ଚିନ୍ତାରେ ଭାଙ୍ଗିପଡ଼ିଛନ୍ତି।
ସେପଟେ କୋରାପୁଟ ଜିଲ୍ଲା କୋଟିଆ ଗ୍ରାମପୁଞ୍ଜରେ ଦେଖିଦେଇଛି ମହାବଳ ବାଘ ଆତଙ୍କ। ଆନ୍ଧ୍ରପ୍ରଦେଶ କାସ୍ପାବାଲସା ବନାଞ୍ଚଳ ଓ କୋଟିଆ ସୀମାରେ ବାଘ ବୁଲୁଥିବା ଚର୍ଚ୍ଚା ହେଉଛି।
କୋରାପୁଟ ବନଖଣ୍ଡ ଓ ସେମିଳିଗୁଡ଼ା ରେଞ୍ଜ ପକ୍ଷରୁ ବନ କର୍ମଚାରୀ ବାଘକୁ ଟ୍ରାକ୍ କରିବାକୁ ଚେଷ୍ଟା କରୁଥିବା ବେଳେ, ଲୋକଙ୍କୁ ସତର୍କ ରହିବାକୁ କୁହାଯାଇଛି। ଏନେଇ କୋରାପୁଟ ଜିଲ୍ଲାପାଳ ମଧ୍ୟ ଟୁଇଟ୍ କରିବା ସହିତ ସବୁ ପଦକ୍ଷେପ ନିଆଯାଉଛି ଚିନ୍ତାର କୌଣସି କାରଣ ନାହିଁ ବୋଲି ଲୋକଙ୍କୁ ଆଶ୍ୱସ୍ତ ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଖୁବଶୀଘ୍ର ପ୍ରବାସୀ ଓଡ଼ିଆ ନୀତି, ଦାୟିତ୍ୱରେ ରହିବେ ମନ୍ତ୍ରୀ
ପ୍ରବାସୀ ଭାରତୀୟ ଦିବସ ସମାରୋହର ଉଦଯାପନୀ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱତନ୍ତ୍ର ଭାବେ ପ୍ରବାସୀ ଓଡ଼ିଆଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ ।
Miscellaneous
ବିଏମସି ନିଷ୍ପତ୍ତି: ମୃତ ସହଦେବଙ୍କ ପତ୍ନୀଙ୍କୁ ୫ଲକ୍ଷ ଟଙ୍କା ଓ ସୁପରଭାଇଜର ଚାକିରି
ବିଏମସି ମେୟର ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ତଥା ପରିମଳ ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ବିରଂଚି ନାରାୟଣ ମହାସୁପକାରଙ୍କ ଉପସ୍ଥିତିରେ ଅନୁଷ୍ଠିତ ସ୍ୱତନ୍ତ୍ର ବୈଠକରେ ଆଲୋଚନା ପରେ ସହଦେବଙ୍କ ପରିବାରକୁ ଏହି ଅନୁକମ୍ପାମୂଳକ ସହାୟତା ଦେବାକୁ ନିଷ୍ପତ୍ତି ନିଆଯାଇଛି ।
Politics
ସହଦେବ ହତ୍ୟାକାଣ୍ଡ: ବିଜେଡି-ବିଜେପି ତୁତୁମେଁମେଁ, ସନ୍ଦେହ ଘେରରେ ମେୟରଙ୍କ ଭୂମିକା, ଫସିଯିବେ କି ଅନନ୍ତ
ସହଦେବଙ୍କ ପରିବାରକୁ ନ୍ୟାୟ ଦାବିରେ ସଫେଇ କର୍ମଚାରୀମାନେ ଦୁଇଦିନ ଧରି କାର୍ଯ୍ୟବନ୍ଦ ଆନ୍ଦୋଳନ ଓ ଆଜି ପ୍ରତ୍ୟାହାର ପରେ ଭୁବନେଶ୍ୱର ମେୟର ବିଜେଡି ନେତ୍ରୀ ସୁଲୋଚନା ଦାସଙ୍କ ଭୂମିକା ମଧ୍ୟ ସନ୍ଦେହଘେରକୁ ଆସିଛି ।
Politics
ବିଶାଲ ଦାସଙ୍କ ସମେତ ୧୪ ଜଣଙ୍କ ନାଁରେ ମାମଲା
ଆଇଜି କହିଥିଲେ, ନିଖୋଜ ମାମଲାର ଚାଲିଛି ଖୋଳତାଡ଼। ଏହାର କିଛି ଘଣ୍ଟା ପରେ ଅର୍ଥାତ ବିଳମ୍ବିତ ରାତିରେ କେତେକ ସରପଞ୍ଚ, ସମିତି ସଭ୍ୟ ଛତିଶଗଡ଼ ମହାସମୁନ୍ଦ ଜିଲ୍ଲା ସରାଇପାଲିର ହୋଟେଲରେ ଥିବା ବେଳେ ନିଜେ ସମର୍ଥକଙ୍କ ସହ ପହଞ୍ଚିଥିଲେ ବିଶାଲ ଦାସ।
Crime
ହଂସିକା ଓ ଅନୀଲଙ୍କ ସମ୍ପତ୍ତି ଶହେ କୋଟି ପାର୍ କଲାଣି!
ପୂର୍ବରୁ ପୋର୍ସେ, ଜାଗୁଆର, BMW ଭଳି ୬ଟି ଦାମୀ କାର୍ ପରେ ଆଜି ୩କୋଟି ଟଙ୍କାର ଏକ ମର୍ସିଡିଜ କାର ଜବତ କରିଛି କମିସନ୍ରେଟ୍ ପୁଲିସ୍। ଏକ ପରିତ୍ୟକ୍ତ ସ୍ଥାନରେ କାରଟି ଲୁଚାଇ ରଖାଯାଇଥିଲା।