ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବନ୍ଦ ହେବନି ଆନ୍ତଃରାଜ୍ୟ ବ୍ୟାଘ୍ର ସ୍ଥାନାନ୍ତର ପ୍ରକଳ୍ପ। ଏବେ ସାମୟିକ ଭାବେ ସ୍ଥଗିତ ରହିଥିବା ଏହି ପ୍ରକଳ୍ପକୁ ନେଇ ଆଗାମୀ ଦିନରେ ତର୍ଜମା ଓ ଆଲୋଚନା-ପର୍ଯ୍ୟାଲୋଚନା କରିବା ପରେ ଏହା ପୁଣି ଆଗେଇବ ବୋଲି ସୂଚନା ଦେଇଛନ୍ତି ଜାତୀୟ ବ୍ୟାଘ୍ର ସଂରକ୍ଷଣ କର୍ତ୍ତୃପକ୍ଷଙ୍କ (NTCA) ଆଇଜି। ଦୁଇ ଦିନିଆ ସାତକୋଶିଆ ଗସ୍ତ ଶେଷ ପରେ ଆଜି ଗଣମାଧ୍ୟମକୁ ଏହା କହିଛନ୍ତି ଏନ୍ଟିସିଏ ଆଇଜି ଅମିତ ମଲ୍ଲିକ।
ଗତ ଦୁଇ ଦିନ ମଧ୍ୟରେ NTCA ଓ WII କର୍ତ୍ତୃପକ୍ଷ ସାତକୋଶିଆ ଗସ୍ତକରି ଅଞ୍ଚଳବାସୀଙ୍କ ସହ ଆଲୋଚନା ସହ ବ୍ୟାଘ୍ର ପ୍ରକଳ୍ପର ବିଭିନ୍ନ ଦିଗ ସମ୍ପର୍କରେ ପର୍ଯ୍ୟାଲୋଚନା କରିଛନ୍ତି। ଆସନ୍ତା ସପ୍ତାହରେ NTCA ପକ୍ଷରୁ ଏ ସମ୍ପର୍କିତ ରିପୋର୍ଟ ସରକାରଙ୍କୁ ପ୍ରଦାନ କରାଯିବ। ସେପଟେ ‘କାହ୍ନା’ରୁ ଆସିଥିବା ମହାବଳ ବାଘର ଶବବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ତା' ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ବୋଲି ସାତକୋଶିଆ ଅଭୟାରଣ୍ୟ କର୍ତ୍ତୃପକ୍ଷ କହିଛନ୍ତି।
ସେହିଭଳି ବାଘୁଣୀ ‘ସୁନ୍ଦରୀ’ର ସ୍ୱାସ୍ଥ୍ୟ ଅବସ୍ଥା ମଧ୍ୟ ଠିକ୍ ଥିବା ମିଳିତ ଟିମ୍ ସୂଚନା ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଅଗଷ୍ଟ ୧୫ ସୁଦ୍ଧା ରାଜ୍ୟରେ ଗଡ଼ିବ ଗ୍ରୀନ୍ ହାଇଡ୍ରୋଜେନ୍ ବସ୍
ଖୁବ୍ ଶୀଘ୍ର ଗ୍ରୀନ ହାଇଡ୍ରୋଜେନ୍ ବସ୍ ରାଜ୍ୟରେ ଗଡିବା ପାଇଁ ଏକ ଚୁକ୍ତିନାମା ସ୍ୱାକ୍ଷରିତ ହୋଇଛି। ଆସନ୍ତା ଅଗଷ୍ଟ ୧୫ ସୁଦ୍ଧା ଗ୍ରୀନ ହାଇଡ୍ରୋଜେନ ବସ୍ ଗଡ଼ିବା ନେଇ ସୂଚନା ଦେଇଛନ୍ତି ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ।
Weather
ଲଘୁଚାପ ପ୍ରଭାବ; ଆଜି ଏହି ସବୁ ଜିଲ୍ଲାରେ ଛେଚିବ
ଲଘୁଚାପ ପ୍ରଭାବରେ ଦୁଇ ତିନି ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ।
Politics
ରୁବେନଙ୍କୁ ନେଇ ବିଜେଡିରେ ଭିନ୍ନମତ: ବର୍ଷିଲେ ଅରୁଣ-ଅତନୁ, ପ୍ରସନ୍ନ କରିଥିଲେ ପ୍ରଶଂସା
ରୁବେନଙ୍କ ପୁସ୍ତକର ସଂଶୋଧିତ ସଂସ୍କରଣ ଗତ ଦୁଇଦିନ ତଳେ ଉନ୍ମୋଚନ ହେବା ପରଠୁ ରାଜନୀତିକ ଉଷ୍ମତା ଲାଗି ରହିଛି ।
Politics
କାହା ‘ପାପ’ ଧୋଇବାକୁ ନିର୍ବାଚନ ଆୟୋଗଙ୍କୁ ଦୋଷ ଦେଲେ ପାଣ୍ଡିଆନମାର୍କା ନେତା: ଆବଶ୍ୟକତା ନା ବାଧ୍ୟବାଧକତା?
ନିର୍ବାଚନ ଆୟୋଗଙ୍କ ନିର୍ବାଚନୀ ପରିଚାଳନାଗତ ତ୍ରୁଟି ଯୋଗୁ ବିଜେଡି ପରାଜିତ ହୋଇଛି ବୋଲି ସନ୍ଦେଶ ଦେବାକୁ ପ୍ରୟାସ ଆରମ୍ଭ ହୋଇଛି। ନିର୍ବାଚନ କମିଶନଙ୍କୁ ଭେଟି ଓଡ଼ିଶାରେ ତ୍ରୁଟିପୂର୍ଣ୍ଣ ନିର୍ବାଚନୀ ପରିଚାଳନାର ଅଭିଯୋଗ କରିଛି ଦଳ।
Miscellaneous
କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗ: ୨ୟ ମେରିଟ୍ ଲିଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ପୂରଣ ହେବ ଖାଲି ପଡ଼ିଥିବା କନିଷ୍ଠ ଶିକ୍ଷକ ପଦବୀ। ନୂଆ କଟ୍-ଅଫ୍ ମାର୍କ ସ୍ଥିର କରି ୨ୟ ମେରିଟ୍ ଲିଷ୍ଟ ଜାରି କରିବା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ।