ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ନନ୍ଦନକାନନକୁ ଆସିଲେ ୩ ନୂଆ ଅତିଥି। ନନ୍ଦନକାନନରେ ଥିବା ବାଘୁଣୀ ମେଘା ୩ ଟି ଛୁଆ ଜନ୍ମ ଦେଇଛି । ମଙ୍ଗଳବାର ରାତିରେ ଏହି ଶାବକମାନେ ଜନ୍ମ ନେଇଥିବା ନନ୍ଦନକାନନ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି । ମହାବଳ ବାଘ ନନ୍ଦନ ସହ ମିଳନରେ ଏହି ଶାବକମାନେ ଜନ୍ମ ନେଇଛନ୍ତି।
ବାଘଛୁଆଙ୍କୁ ବର୍ତ୍ତମାନ ସିସିଟିଭି ମାଧ୍ୟମରେ ଅନୁଧ୍ୟାନ କରାଯାଉଛି । ବାଘୁଣୀ ମେଘା ଓ ଶାବକମାନେ ସୁସ୍ଥ ଥିବା ନନ୍ଦନକାନନ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି । ନୂଆ ଅତିଥିଙ୍କ ଆଗମନ ସହ ପ୍ରାଣୀ ଉଦ୍ୟାନରେ ବାଘ ସଂଖ୍ୟା ୩୦ରେ ପହଁଚିଛି ।
ଏହାପୂର୍ବରୁ ଗତ ମାସ ୨୮ ତାରିଖରେ ବାଘୁଣୀ ବିଜୟା ତିନିଟି ଶାବକ ଜନ୍ମ ଦେଇଥିଲା । ବର୍ତ୍ତମାନ ନନ୍ଦନକାନନରେ ୭ଟି ଧଳା ବାଘ, ୪ଟି କଳା ବାଘ ବା ମେଲାନିଷ୍ଟିକ୍ ବାଘ ଓ ୧୩ଟି ବଡ ମହାବଳ ବାଘ ଅଛନ୍ତି । ମେଘା ମା’ ହେବା ପରେ ନନ୍ଦନକାନନ କର୍ମଚାରୀଙ୍କ ମଧ୍ୟରେ ଖୁସି ଖେଳିଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ପୁଣି ଆଳୁ ଅଟକାଇଲେ ମମତା, ବିଜେଡି-ବିଜେପି ଦୋଷ ଲଦାଲଦି
ଗତକାଲିଠୁ ସୀମାରେ ଅଟକିଛି ଶହ ଶହ ଆଳୁ ଗାଡ଼ି। ଆଳୁ ରପ୍ତାନୀ ଉପରେ କଟକଣା ଲଗାଇଛନ୍ତି ପଶ୍ଚିମବଙ୍ଗ ସରକାର। ପରସ୍ପର ଉପରେ ଦୋଷ ଲଦିଲେ ବିଜେଡି-ବିଜେପି।
Crime
କାର୍ ହେଡ୍ଲାଇଟ୍ରେ ହେଉଥିଲା ଗଞ୍ଜେଇ ଚାଲାଣ
କାର ହେଡ୍ ଲାଇଟ୍ ଓ ଡିକି ତଳେ ଗଞ୍ଜେଇ ଥିବା ଅବକାରୀ ବିଭାଗ ଜାଣିବାକୁ ପାଇଥିଲା। ପରେ କାର୍ ଲାଇଟ୍ ଖୋଲି ଗଞ୍ଜେଇ ଜବତ କରାଯାଇଥିଲା।
Miscellaneous
ଭୀମସାରରୁ ଚୋରି ନବଜାତ ଶିଶୁପୁତ୍ର ଉଦ୍ଧାର
ଘଟଣାରେ ସଂପୃକ୍ତ ମହିଳା ଓ ତାଙ୍କ ସ୍ୱାମୀ ଅଟକ। ଚୋରିର ଉଦ୍ଦେଶ୍ୟ ଜଣାପଡି ନାହିଁ, ଅଧିକ ତଦନ୍ତ କରୁଛି ପୁଲିସ।
Miscellaneous
କଟକ ସହରରେ ଡେଙ୍ଗୁ ମଶାଙ୍କ ପ୍ରାଦୁର୍ଭାବକୁ ନେଇ ଉଦ୍ବେଗ ପ୍ରକାଶ କଲେ ହାଇକୋର୍ଟ
ଡେଙ୍ଗୁ ମଶାଙ୍କ ପ୍ରାଦୁର୍ଭାବକୁ ନେଇ ହୋଇଥିବା ଜନସ୍ୱାର୍ଥ ମାମଲାକୁ ଗ୍ରହଣ କରିଛନ୍ତି ହାଇକୋର୍ଟ। କୋର୍ଟ ଉଦବେଗ ପ୍ରକାଶ କରି କହିଛନ୍ତି, ସନ୍ଧ୍ୟା ୫ ଟା ହେଲେ ସହରବାସୀ କବାଟ ଓ ଝରକା ବନ୍ଦ କରି ଦେଉଛନ୍ତି।
Entertainment
ହିନ୍ଦୀ ସିନେମା ‘ସାବରମତୀ ରିପୋର୍ଟ’କୁ ଟିକସମୁକ୍ତ କଲେ ଓଡ଼ିଶା ସରକାର
ଓଡ଼ିଶାର ଜନସାଧାରଣଙ୍କ ଭାବନାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ। ‘ଦି ସାବରମତୀ ରିପୋର୍ଟ’କୁ କରମୁକ୍ତ ଘୋଷଣା କରିବାରେ ଓଡ଼ିଶା ହେଉଛି ଦେଶର ସପ୍ତମ ବିଜେପି ଶାସିତ ରାଜ୍ୟ।