ବ୍ରହ୍ମପୁର(ଅଶୋକ ବ୍ରହ୍ମା): ଜୀବନ ନେଲା ଟିକଟକ୍ ନିଶା। ନିମିଷକ ମଧ୍ୟରେ ଉଭାନ ହୋଇଗଲା ସବୁ ଖୁସି ଓ ସବୁ ଉନ୍ମାଦନା। ଗାଡ଼ି ଚଳାଇବା ବେଳେ ମୋବାଇଲର ବ୍ୟବହାର ଯେ ପ୍ରାଣଘାତି, ତାର ନିଚ୍ଛକ ଉଦାହରଣ ପୁଣି ସାମ୍ନାକୁ ଆସିଛି। ଏପରି ଅଭିଯୋଗ ବ୍ରହ୍ମପୁର ଅଞ୍ଚଳରୁ ଆସିଛି।
ଗୋଳନ୍ଥରାର ଶିବଶଙ୍କର ସାହୁ ଓ ତାଙ୍କ ଶାଳକ ଶିବ ପାତ୍ର ଗତକାଲି ମାଆ ତାରାତାରେଣୀଙ୍କୁ ଦର୍ଶନ କରିବାକୁ ଯାଇଥିଲେ। ମାଆଙ୍କୁ ଦର୍ଶନ କରି ଫେରିବା ରାସ୍ତାରେ ସେମାନେ ଟିକ୍ଟକ୍ ଭିଡିଓ କରିଥିଲେ। ତେବେ ଖଜୁରିଆ ବ୍ରିଜ୍ ନିକଟରେ ଉଭୟ ଶଳା ଓ ଭିଣୋଇ ଗାଡ଼ି ଚଳାଉଥିବା ବେଳେ ସେଲ୍ଫି ନେଉଥିଲେ। ଏହି ସମୟରେ ଏକ ଦ୍ରୁତଗାମୀ ଟ୍ରକ୍ ସେମାନଙ୍କୁ ଧକ୍କା ଦେଇ ଚାଲି ଯାଇଥିଲା। ଫଳରେ ଉଭୟ ଗୁରୁତର ଆହତ ହୋଇଥିଲେ। ସ୍ଥାନୀୟ ଲୋକେ ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରିଥିଲେ। ତେବେ ଡାକ୍ତର ସେଠାରେ ଭିଣୋଇ ଶିବଶଙ୍କରଙ୍କୁ ମୃତ ଘୋଷଣା କରିଥିବା ବେଳେ ଶାଳକ ଶିବ ପାତ୍ରଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଖୁବଶୀଘ୍ର ପ୍ରବାସୀ ଓଡ଼ିଆ ନୀତି, ଦାୟିତ୍ୱରେ ରହିବେ ମନ୍ତ୍ରୀ
ପ୍ରବାସୀ ଭାରତୀୟ ଦିବସ ସମାରୋହର ଉଦଯାପନୀ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱତନ୍ତ୍ର ଭାବେ ପ୍ରବାସୀ ଓଡ଼ିଆଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ ।
Miscellaneous
ବିଏମସି ନିଷ୍ପତ୍ତି: ମୃତ ସହଦେବଙ୍କ ପତ୍ନୀଙ୍କୁ ୫ଲକ୍ଷ ଟଙ୍କା ଓ ସୁପରଭାଇଜର ଚାକିରି
ବିଏମସି ମେୟର ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ତଥା ପରିମଳ ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ବିରଂଚି ନାରାୟଣ ମହାସୁପକାରଙ୍କ ଉପସ୍ଥିତିରେ ଅନୁଷ୍ଠିତ ସ୍ୱତନ୍ତ୍ର ବୈଠକରେ ଆଲୋଚନା ପରେ ସହଦେବଙ୍କ ପରିବାରକୁ ଏହି ଅନୁକମ୍ପାମୂଳକ ସହାୟତା ଦେବାକୁ ନିଷ୍ପତ୍ତି ନିଆଯାଇଛି ।
Politics
ସହଦେବ ହତ୍ୟାକାଣ୍ଡ: ବିଜେଡି-ବିଜେପି ତୁତୁମେଁମେଁ, ସନ୍ଦେହ ଘେରରେ ମେୟରଙ୍କ ଭୂମିକା, ଫସିଯିବେ କି ଅନନ୍ତ
ସହଦେବଙ୍କ ପରିବାରକୁ ନ୍ୟାୟ ଦାବିରେ ସଫେଇ କର୍ମଚାରୀମାନେ ଦୁଇଦିନ ଧରି କାର୍ଯ୍ୟବନ୍ଦ ଆନ୍ଦୋଳନ ଓ ଆଜି ପ୍ରତ୍ୟାହାର ପରେ ଭୁବନେଶ୍ୱର ମେୟର ବିଜେଡି ନେତ୍ରୀ ସୁଲୋଚନା ଦାସଙ୍କ ଭୂମିକା ମଧ୍ୟ ସନ୍ଦେହଘେରକୁ ଆସିଛି ।
Politics
ବିଶାଲ ଦାସଙ୍କ ସମେତ ୧୪ ଜଣଙ୍କ ନାଁରେ ମାମଲା
ଆଇଜି କହିଥିଲେ, ନିଖୋଜ ମାମଲାର ଚାଲିଛି ଖୋଳତାଡ଼। ଏହାର କିଛି ଘଣ୍ଟା ପରେ ଅର୍ଥାତ ବିଳମ୍ବିତ ରାତିରେ କେତେକ ସରପଞ୍ଚ, ସମିତି ସଭ୍ୟ ଛତିଶଗଡ଼ ମହାସମୁନ୍ଦ ଜିଲ୍ଲା ସରାଇପାଲିର ହୋଟେଲରେ ଥିବା ବେଳେ ନିଜେ ସମର୍ଥକଙ୍କ ସହ ପହଞ୍ଚିଥିଲେ ବିଶାଲ ଦାସ।
Crime
ହଂସିକା ଓ ଅନୀଲଙ୍କ ସମ୍ପତ୍ତି ଶହେ କୋଟି ପାର୍ କଲାଣି!
ପୂର୍ବରୁ ପୋର୍ସେ, ଜାଗୁଆର, BMW ଭଳି ୬ଟି ଦାମୀ କାର୍ ପରେ ଆଜି ୩କୋଟି ଟଙ୍କାର ଏକ ମର୍ସିଡିଜ କାର ଜବତ କରିଛି କମିସନ୍ରେଟ୍ ପୁଲିସ୍। ଏକ ପରିତ୍ୟକ୍ତ ସ୍ଥାନରେ କାରଟି ଲୁଚାଇ ରଖାଯାଇଥିଲା।