ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ ହାଜତ ମୃତ୍ୟୁ ମାମଲାରେ ଅଭିଯୁକ୍ତଙ୍କ ବିରୋଧରେ ଗିରଫ ପରୱାନା ଜାରି କରାଯାଇଛି । ଗତବର୍ଷ ଜୁନ ୨୮ ତାରିଖରେ ମୋବାଇଲ ଚୋରି ଅଭିଯୋଗରେ ହାଜତରେ ଥିବାବେଳେ ବସନ୍ତ ପ୍ରଧାନ ନାମକ ଯୁବକଙ୍କ ମୃତ୍ୟୁ ଘଟିଥିଲା । ସେତେବେଳେ ଏହାକୁ ବିରୋଧ କରି ସ୍ଥାନୀୟ ଅଞ୍ଚଳରେ ବ୍ୟାପକ ପୋଡାଜଳା ହୋଇଥିଲା। ତେବେ ଗତ ମେ ୧୯ ତାରିଖରେ ଟିଟିଲାଗଡ ଏସଡିଜେଏମ କୋର୍ଟ ଏହି ମାମଲାରେ ୪ ଜଣଙ୍କ ନାଁରେ ଗିରଫ ପରୱାନା ଜାରି କରିବା ସହ ଅଭିଯୁକ୍ତଙ୍କୁ ଅଗଷ୍ଟ ୨୨ ତାରିଖ ସୁଦ୍ଧା ଗିରଫ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ସେପଟେ ଏହି ମାମଲାର ତଦନ୍ତ ଭାର ଏଚ୍ଆର୍ପିସିଙ୍କ ଦାୟିତ୍ୱରେ ଥିଲାବେଳେ ଅଭିଯୁକ୍ତ ତାରିକ ଅହମଦ୍, ଅନନ୍ତ ପ୍ରଧାନ, ଦିଲ୍ଲୀପ କୁମାର ଡାଙ୍ଗ ଓ ଡ୍ରାଇଭର ସରୋଜ ନାୟକ ଫେରାର ଥିବା ଜଣାପଡିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।
Crime
ସରକାରୀ ଚାକିରି ବେପାର କରୁଥିଲେ 420 ଦମ୍ପତି
ରାଉରକେଲା ଟିମ୍ବର କୋଲୋନୀର ଲକ୍ଷ୍ମୀ ତନ୍ତି ଓ ତାଙ୍କ ସ୍ଵାମୀ ସଂଗ୍ରାମ ସାହୁ ପାଠଶାଠ କମ୍ ପଢ଼ିଛନ୍ତି। ତଥାପି ସରକାରୀ ଚାକିରି ବାଣ୍ଟୁଥିଲେ। ମାସର ଥରେ ବେକରେ ଆଇକାର୍ଡ ପକାଇ ରାଉରକେଲା କୋର୍ଟକୁ ଯାଉଥିଲେ।