ଆଜି ସୁନା ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ ମହାପ୍ରଭୁ

ପୁରୀ(ଓଡ଼ିଶା ରିପୋର୍ଟର): ଆଜି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ସୁନାବେଶ। ରଥ ଉପରେ ମହଣ ମହଣ ସୁନାରେ ସଜେଇ ହେବେ ଚତୁର୍ଦ୍ଧା ମୂରତି। ପୂର୍ବରୁ ନିର୍ଦ୍ଧାରିତ ହୋଇଥିବା ସମୟ ନିର୍ଘଣ୍ଟ ଅନୁସାରେ ସମସ୍ତ ନୀତିକାନ୍ତି କରାଯାଇ ଠାକୁରଙ୍କ ସୁନାବେଶ କରାଯିବ। ରଥ ଉପରେ ମଙ୍ଗଳ ଆଳତି, ମଇଲମ, ତଡ଼ପଲାଗି, ଅବକାଶ, ବେଶ ଓ ଗୋପାଳବଲ୍ଲଭ ପରେ ସକାଳଧୂପ ନୀତି କରାଯିବ। ଅନ୍ୟାନ୍ୟ ନୀତିକାନ୍ତି ପରେ ସନ୍ଧ୍ୟା ୫ଟାରୁ ସାଢେ ୬ଟା ମଧ୍ୟରେ ସୁନାବେଶ ଅନୁଷ୍ଠିତ ହେବ। ଭକ୍ତମାନେ ରାତି ୧୧ଟା […]

Puri

Puri

Manoranjan Sial
  • Published: Sunday, 10 July 2022
  • Updated: 10 July 2022, 01:51 PM IST

Sports

Latest News

ପୁରୀ(ଓଡ଼ିଶା ରିପୋର୍ଟର): ଆଜି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ସୁନାବେଶ। ରଥ ଉପରେ ମହଣ ମହଣ ସୁନାରେ ସଜେଇ ହେବେ ଚତୁର୍ଦ୍ଧା ମୂରତି। ପୂର୍ବରୁ ନିର୍ଦ୍ଧାରିତ ହୋଇଥିବା ସମୟ ନିର୍ଘଣ୍ଟ ଅନୁସାରେ ସମସ୍ତ ନୀତିକାନ୍ତି କରାଯାଇ ଠାକୁରଙ୍କ ସୁନାବେଶ କରାଯିବ।

ରଥ ଉପରେ ମଙ୍ଗଳ ଆଳତି, ମଇଲମ, ତଡ଼ପଲାଗି, ଅବକାଶ, ବେଶ ଓ ଗୋପାଳବଲ୍ଲଭ ପରେ ସକାଳଧୂପ ନୀତି କରାଯିବ। ଅନ୍ୟାନ୍ୟ ନୀତିକାନ୍ତି ପରେ ସନ୍ଧ୍ୟା ୫ଟାରୁ ସାଢେ ୬ଟା ମଧ୍ୟରେ ସୁନାବେଶ ଅନୁଷ୍ଠିତ ହେବ। ଭକ୍ତମାନେ ରାତି ୧୧ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦୁର୍ଲଭ ସୁନାବେଶ ବା ରାଜରାଜେଶ୍ୱର ଦର୍ଶନ କରିପାରିବେ।

ବଡ଼ଭାଇ ଶ୍ରୀବଳଭଦ୍ର ଶ୍ରୀପୟର, ଶ୍ରୀଭୁଜ, କିରିଟି, ଘାଗଡାମାଳି, କଦମ୍ବମାଳି, କାନ କୁଣ୍ଡଳ, କମରପଟି, ଆଡକାନି, ଚନ୍ଦ୍ରିକା, ସେବତୀ ମାଳି, ବାଘନଖ ମାଳି, ବାହାଡାମାଳି, ଅସ୍ତ୍ରହଳ ଓ ମୁଷଳ, ତିଳକ, ତ୍ରୀଖଣ୍ଡିକା, ଝୋବାକଣ୍ଠି ଆଦି ପରିଧାନ କରିବେ। ଭଉଣୀ ସୁଭଦ୍ରା କିରିଟି, ଓଡ଼ିଆଣି, କାନ, ଚନ୍ଦ୍ରସୂର୍ଯ୍ୟ, ଦୁଇଟି ତଗଡି, ସେବତୀ ମାଳି, ଘାଗଡାମାଳି, କଦମ୍ବମାଳି ଆଦି ପରିଧାନ କରିବେ। ମହାପ୍ରଭୁ ଶ୍ରୀଜଗନ୍ନାଥ ଶ୍ରୀପୟର, ଶ୍ରୀଭୁଜ, କିରିଟି, ଆଦି ଅନେକ ସୁନା ଅଳଙ୍କାର ସହ ସ୍ୱର୍ଣ୍ଣଚକ୍ର, ରୌପ୍ୟ ଶଙ୍ଖ, କମରପଟି, କର୍ଣ୍ଣକୁଣ୍ଡଳ, ଚନ୍ଦ୍ରସୂର୍ଯ୍ୟ, ଆଡ଼କାନି, ଘାଗଡାମାଳି, କଦମ୍ବମାଳି, ତିଳକତ୍ରୀଖଣ୍ଡିକା, ସେବତୀ ମାଳି, ଝୋବା କଣ୍ଠି, ତାବିଜ ମାଳି ଓ ବାହାଡା ମାଳି ପରିଧାନ କରି ଭକ୍ତଙ୍କୁ ରଥ  ଉପରେ ସୁନା ବେଶରେ ଦର୍ଶନ ଦେବେ।

ଶ୍ରୀଗୁଣ୍ଡିଚା ଓ ବାହୁଡ଼ା ଭଳି ସୁନାବେଶ ଦର୍ଶନ ପାଇଁ ମଧ୍ୟ ପୁରୀକୁ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ହେବ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଓ ଟ୍ରାଫିକ ବ୍ୟବସ୍ଥା ପରିଚାଳନା ଲାଗି ବ୍ୟାପକ ବନ୍ଦୋବସ୍ତ କରାଯାଇଛି।

ସେପଟେ ତୁଳସୀକ୍ଷେତ୍ର କେନ୍ଦ୍ରାପଡ଼ାରେ ପରମ୍ପରା ଅନୁଯାୟୀ ଆଜି ଶ୍ରୀ ବଳଦେବଜୀଉଙ୍କର ରଥଟଣା ହେବ। ଅପରାହ୍ନ ୨ଟା ପରେ ରଥ ଟଣା ଆରମ୍ଭ ହେବ। ଶନିବାର ବାହୁଡ଼ା ନୀତି ସମ୍ପନ୍ନ ହୋଇଥିଲା। ସମସ୍ତ ନୀତିକାନ୍ତି ପାଳନ ସହ ବ୍ରହ୍ମ ତାଳଧ୍ୱଜ ରଥକୁ ବିଜେ କରିଥିଲେ ଠାକୁର। ଏବେ ରଥାରୂଢ ଅଛନ୍ତି ତିନି ଠାକୁର। ରଥ ଉପରେ ସମସ୍ତ ନୀତିକାନ୍ତି କରାଯାଉଛି।

ଅନ୍ୟପକ୍ଷରେ ବାଲେଶ୍ୱର ଜିଲ୍ଲା ନୀଳଗିରିରେ ଆଜି ଓ ଆସନ୍ତାକାଲି ଦୁଇ ଦିନ ଧରି ରଥ ଟଣାଯିବ। ଦିନ ୩ଟା ପରେ ରଥ ଟଣା ଆରମ୍ଭ ହୋଇ ଅଧା ବାଟ ନିଆଯିବ। ଆସନ୍ତାକାଲି ସେଠାରୁ ପୁଣିଥରେ ଟଣାଯାଇ ଶ୍ରୀମନ୍ଦିର ସମ୍ମୁଖକୁ ନିଆଯିବ। ରଥାରୂଢ ଚତୁର୍ଦ୍ଧାମୂରତିଙ୍କୁ ହଜାର ହଜାର ଭକ୍ତ ଦର୍ଶନ କରୁଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story