ଭୁବନେଶ୍ୱର,(ଓଡ଼ିଶା ରିପୋର୍ଟର):କୋଭିଡ୍ ମହାମାରୀରୁ ଆଜି ସୁସ୍ଥ ହୋଇଛନ୍ତି ୧୦ ହଜାର ୨୪୨ ଆକ୍ରାନ୍ତ। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସୁସ୍ଥ ସଂଖ୍ୟା ୫ ଲକ୍ଷ ୩୬ ହଜାର ୫୯୫କୁ ବୃଦ୍ଧି ପାଇଛି। ଏ ନେଇ ଟ୍ୱିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ । ଖୋର୍ଦ୍ଧାରୁ ସର୍ବାଧିକ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।
ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪୧୮, ସୁନ୍ଦରଗଡ଼ରୁ ୯୪୩ ସୁସ୍ଥ କଟକ- ୮୮୭, ପୁରୀ- ୭୦୭, ସମ୍ବଲପୁର- ୬୪୧, କଳାହାଣ୍ଡି- ୪୬୫ ବରଗଡ଼- ୪୪୮, ଅନୁଗୁଳ- ୪୩୮, ଝାରସୁଗୁଡ଼ା- ୩୩୧, ବାଲେଶ୍ୱର- ୩୦୧ ନବରଙ୍ଗପୁର- ୨୯୧, ବଲାଙ୍ଗିର- ୨୭୩, ନୟାଗଡ଼- ୨୫୪, ଯାଜପୁର- ୨୨୨, ନୂଆପଡ଼ା- ୨୧୪, ମୟୂରଭଞ୍ଜ- ୨୦୭ଅ ଏବଂ ଗଞ୍ଜାମ ଜିଲ୍ଲାରୁ ୧୯୫ ସୁସ୍ଥ ହୋଇଛନ୍ତି।
ସେହିପରି ସୁବର୍ଣ୍ଣପୁର- ୧୭୯ କେନ୍ଦୁଝର- ୧୭୭, ଢେଙ୍କାନାଳ- ୧୬୭, କେନ୍ଦ୍ରାପଡ଼ା- ୧୫୮, ଜଗତସିଂହପୁର- ୧୩୭ ଦେବଗଡ଼ ଓ ରାୟଗଡ଼ାରୁ ୧୩୬ ଲେଖାଏଁ, କୋରାପୁଟ- ୧୨୨, ଗଜପତି- ୧୧୬ ବୌଦ୍ଧ- ୧୧୩, ଭଦ୍ରକ ଓ କନ୍ଧମାଳରୁ ୧୦୦ ଲେଖାଏଁ ଲେଖାଏଁ ସୁସ୍ଥ ଘରକୁ ଫେରିଛନ୍ତି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Special
ପ୍ଲାଷ୍ଟିକ୍ ବିରୋଧରେ ବଡ଼ ଲଢେଇ; ମାଗଣାରେ ଯୋଗାଇ ଦିଆଯାଉଛି ଷ୍ଟିଲ୍ ପ୍ଲେଟ, ଗ୍ଲାସ୍
ପରିବେଶ ସୁରକ୍ଷା ପାଇଁ ନୂଆପଡା ଜିଲ୍ଲା ଖରିଆର ରୋଡ୍ର ୨୦ ଜଣ ଯୁବକ ଓ ଯୁବତୀ ମିଶି ଗଢ଼ିଛନ୍ତି ‘ପହଲ’ ଅନୁଷ୍ଠାନ। ଏହି ଅନୁଷ୍ଠାନ ପଲିଥିନ୍ ଓ ପ୍ଲାଷ୍ଟିକ ବିରୋଧରେ ଲଢ଼େଇ ଆରମ୍ଭ କରିଛି।
Weather
୩ ଦିନ ପରେ ବଢ଼ିବ ଶୀତ, କଲବଲ କରିବ ଘନ କୁହୁଡ଼ି!
ଶୀତ ପରେ ରାଜ୍ୟବାସୀଙ୍କୁ କୁହୁଡି କଲବଲ କରିବ। ୧୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି।
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା। ଯେଉଁ ପୁଅ ବାପାର ସାହାରା ପାଲଟିବା କଥା, ସେ ମୁଣ୍ଡ ବିନ୍ଧାର କାରଣ ପାଲଟିଲା। ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।