ଆଜି କରୋନାରୁ ସୁସ୍ଥ ହେଲେ ୯୭୦୬ ଆକ୍ରାନ୍ତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଜି କରୋନାରୁ ଆଉ ୯୭୦୬ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୭୮୭ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁନ୍ଦରଗଡ଼ରୁ ୧୧୦୦, କଟକରୁ ୮୨୩, ବରଗଡ଼ରୁ ୫୦୬ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ସମ୍ବଲପୁରରୁ ୪୨୫, ନବରଙ୍ଗପୁରରରୁ ୪୧୨, ଝାରସୁଗୁଡ଼ା ୪୦୭, ଅନୁଗୁଳରୁ ୩୯୩, ନୂଆପଡ଼ାରୁ ୩୮୫, କଳାହାଣ୍ଡିରୁ ୩୭୩ ଜଣ ସୁସ୍ଥ ହୋଇଛନ୍ତି। ଏଥିସହ ରାଜ୍ୟରେ କରୋନା ଆରୋଗ୍ୟଙ୍କ ସଂଖ୍ୟା ୪ ଲକ୍ଷ ୫୭ ହଜାର ୫୬୯ରେ ପହଞ୍ଚିଛି। ଏନେଇ ସ୍ୱାସ୍ଥ୍ୟ […]

covid19

Tapas Behera
  • Published: Monday, 10 May 2021
  • , Updated: 10 May 2021, 06:36 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଜି କରୋନାରୁ ଆଉ ୯୭୦୬ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୭୮୭ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁନ୍ଦରଗଡ଼ରୁ ୧୧୦୦, କଟକରୁ ୮୨୩, ବରଗଡ଼ରୁ ୫୦୬ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ସମ୍ବଲପୁରରୁ ୪୨୫, ନବରଙ୍ଗପୁରରରୁ ୪୧୨, ଝାରସୁଗୁଡ଼ା ୪୦୭, ଅନୁଗୁଳରୁ ୩୯୩, ନୂଆପଡ଼ାରୁ ୩୮୫, କଳାହାଣ୍ଡିରୁ ୩୭୩ ଜଣ ସୁସ୍ଥ ହୋଇଛନ୍ତି। ଏଥିସହ ରାଜ୍ୟରେ କରୋନା ଆରୋଗ୍ୟଙ୍କ ସଂଖ୍ୟା ୪ ଲକ୍ଷ ୫୭ ହଜାର ୫୬୯ରେ ପହଞ୍ଚିଛି। ଏନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଅନ୍ୟପକ୍ଷରେ  ରାଜ୍ୟରେ ମହାମାରୀ କରୋନା ନେଇଛି ଆଉ ୧୭ ଜୀବନ । ଗତ ୨୪ ଘଣ୍ଟାରେ କରୋନାରେ ୧୭ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ। ଖୋର୍ଦ୍ଧା, ରାୟଗଡ଼ା, କଳାହାଣ୍ଡି ଓ ସୁନ୍ଦରଗଡ଼ରୁ ୩ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ପୁରୀ ଜିଲ୍ଲାରୁ ୨ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଅନୁଗୁଳ, ବଲାଙ୍ଗିର ଓ ଢେଙ୍କାନାଳରୁ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି ।

ଏଥିସହ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨ ହଜାର ୧୯୭କୁ ବୃଦ୍ଧି ପାଇଛି । ସେପଟେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୦ ହଜାର ୩୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।  ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୩୨୯ ଜଣ ଏବଂ ସୁନ୍ଦରଗଡ଼ ଜିଲ୍ଲାରୁ ୮୨୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।  କଟକ ଜିଲ୍ଲାରୁ ୭୨୦ ଓ ପୁରୀ ଜିଲ୍ଲାରୁ ୭୦୮ ପଜିଟିଭ ରିପୋର୍ଟ ଆସିଛି । ଏହାକୁ ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୫ ଲକ୍ଷ ୪୪ ହଜାର ୮୭୩କୁ ବୃଦ୍ଧି ପାଇଛି ।

 

Related story