ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
<p>ବରଗଡ଼( ଓଡ଼ିଶା ରିପୋର୍ଟର): ବିଜେପୁର ଉପନିର୍ବାଚନ ପାଇଁ ଆରମ୍ଭ ହୋଇଛି ଭୋଟ୍‌ ଗ୍ରହଣ। ସକାଳ ୮ଟାରୁ ଭୋଟ୍ ଗ୍ରହଣ ଆରମ୍ଭ ହୋଇଥିବା ବେଳେ ଏହା ଅପରାହ୍ନ ୫ଟା ପର୍ଯ୍ୟନ୍ତ ଚାଲିବ। ବିଜେପୁର ପାଇଁ ପ୍ରତିନିଧି ବାଛିବେ ପ୍ରାୟ ୨ ଲକ୍ଷ ୨୧ ହଜାର ଭୋଟର। ବିଜେପୁର ନିର୍ବାଚନ ମଣ୍ଡଳୀରେ ୨୮୧ଟି ମତଦାନ କେନ୍ଦ୍ର ହୋଇଛି। ଏଥିମଧ୍ୟରୁ ୧୫୫ ବୁଥକୁ ସମ୍ବେଦନଶୀଳ ଭାବେ ଚିହ୍ନଟ କରାଯାଇଛି। ଏହି ବୁଥ୍ ଗୁଡିକରେ ରହିଛନ୍ତି କେନ୍ଦ୍ରରୁ ଆସିଥିବା ମାଇକ୍ରୋ ଅବଜରଭର। ଅବାଧ ଓ ମୁକ୍ତ ନିର୍ବାଚନ ଲାଗି ୧୨ଟି ସ୍କ୍ୱାଡ୍, ୪୦ଟି ମୋବାଇଲ ପାର୍ଟି ଗଠନ କରାଯାଇଛି। ସମଗ୍ର ନିର୍ବାଚନ ମଣ୍ଡଳୀରେ ନିୟୋଜିତ ଅଛନ୍ତି ୫ କମ୍ପାନୀ କେନ୍ଦ୍ରୀୟ ଅର୍ଦ୍ଧସାମରିକ ବାହିନୀ ଓ ୩୬ ପ୍ଲାଟୁନ୍ ଓଡ଼ିଶା ପୋଲିସ।</p> <p>କେନ୍ଦ୍ର ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ ମୁତାବକ ବିଜେପୁରରେ ମୁକ୍ତ ଓ ଅବାଧ ନିର୍ବାଚନ ଲାଗି ସବୁ ପ୍ରକାର ବ୍ୟବସ୍ଥା ଗ୍ରହଣ କରିବାକୁ ବରଗଡ଼ ଜିଲ୍ଲାପାଳ ଓ ଏସ୍‌ପିଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି। ମତଦାନ ସରିବା ପର୍ଯ୍ୟନ୍ତ ବିଜେପୁରର ସମସ୍ତ ହୋଟେଲ ଓ ଗେଷ୍ଟ ହାଉସରେ ଚଢାଉ ପାଇଁ ନିର୍ଦ୍ଦେଶ ହୋଇଛି। କୌଣସି ବାହାର ଲୋକଙ୍କୁ ରହିବାକୁ ଅନୁମତି ଦିଆଯିବ ନାହିଁ। ନିର୍ବାଚନମଣ୍ଡଳୀ ସୀମା ସିଲ୍ କରଯିବା ସହ ସମସ୍ତ ପ୍ରାର୍ଥୀଙ୍କୁ ସୁରକ୍ଷା ଦେବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ୨୮ ତାରିଖରେ ଗଣତି ହୋଇ ସେହିଦିନ ଫଳ ପ୍ରକାଶ ପାଇବ।</p>
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।