ଆଜି ମୁଖ୍ୟମନ୍ତ୍ରୀଙ୍କ କୋରାପୁଟ ଗସ୍ତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋରାପୁଟ ଜିଲ୍ଲା ଗସ୍ତରେ ଯିବେ। ସେଠାରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଉଦ୍‌ଘାଟନ ସହ ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି। ପ୍ରାୟ ୧୭ଶହ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ।  ଏହା ଭିତରେ ରହିଛି ବହୁ ପ୍ରତୀକ୍ଷିତ ତେଲେଙ୍ଗିରି ଜଳସେଚନ ପ୍ରକଳ୍ପ। ଏହି ପ୍ରକଳ୍ପ ଦ୍ୱାରା ଜିଲ୍ଲାର ୧୦ ହଜାର ହେକ୍ଟର ଚାଷ ଜମି ଜଳସେଚିତ ହୋଇପାରିବ। ଦୀର୍ଘ ୧୪ବର୍ଷ ପରେ ଜଳସେଚନ ପ୍ରକଳ୍ପ ଲୋକାର୍ପିତ […]

naveen

naveen

Rakesh Mallick
  • Published: Tuesday, 05 February 2019
  • Updated: 05 February 2019, 07:47 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋରାପୁଟ ଜିଲ୍ଲା ଗସ୍ତରେ ଯିବେ। ସେଠାରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଉଦ୍‌ଘାଟନ ସହ ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି। ପ୍ରାୟ ୧୭ଶହ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ।  ଏହା ଭିତରେ ରହିଛି ବହୁ ପ୍ରତୀକ୍ଷିତ ତେଲେଙ୍ଗିରି ଜଳସେଚନ ପ୍ରକଳ୍ପ। ଏହି ପ୍ରକଳ୍ପ ଦ୍ୱାରା ଜିଲ୍ଲାର ୧୦ ହଜାର ହେକ୍ଟର ଚାଷ ଜମି ଜଳସେଚିତ ହୋଇପାରିବ।

ଦୀର୍ଘ ୧୪ବର୍ଷ ପରେ ଜଳସେଚନ ପ୍ରକଳ୍ପ ଲୋକାର୍ପିତ ହେଉଥିବାରୁ ଲୋକେ ଖୁସି ଅଛନ୍ତି। ଏହାସହ ସହରାଞ୍ଚଳର ଭୂମିହୀନଙ୍କୁ ଜମିପଟ୍ଟା ପ୍ରଦାନ କରିବା ସହ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଉଦ୍‌ଘାଟନ କାର୍ଯ୍ୟକ୍ରମ ରହିଛି।

ଏହି ଅବସରରେ ଏକ ଯୁବ ସମାବେଶ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ଲାଗି କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀ ଏହି ପ୍ରକଳ୍ପର ଲୋକାର୍ପଣ କରିବାକୁ ଥିବା ବେଳେ ବିସ୍ଥାପିତଙ୍କ ପକ୍ଷରୁ ଏହାକୁ ବିରୋଧ କରି ପ୍ରକଳ୍ପ ଅଞ୍ଚଳରେ ଧାରଣା ଦିଆଯାଇଛି। ୧୮ବର୍ଷରୁ କମ ଯୁବକ, ୩୦ବର୍ଷରୁ କମ ଯୁବତୀଙ୍କ ସହ ବିଧବାଙ୍କୁ ବିସ୍ଥାପିତ ଭାବେ ଗଣତି କରାଯାଇ ନଥିବାରୁ ଅସନ୍ତୋଷ ପ୍ରକାଶ ପାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos