ସିଟି ହସ୍ପିଟାଲ ମାନ୍ୟତା ଦାବିରେ ଆଜି ଢେଙ୍କାନାଳ ବନ୍ଦ

ଢେଙ୍କାନାଳ( ରାଜଶ୍ରୀ ଶତପଥୀ): ଢେଙ୍କାନାଳରେ ଥିବା ବାଜି ଚୌକସ୍ଥିତ ପୁରୁଣା ହସ୍ପିଟାଲ ବିଲ୍ଡିଂକୁ ସିଟି ହସ୍ପିଟାଲ ମାନ୍ୟତା ଦାବିରେ ଆଜି ୧୨ ଘଣ୍ଟିଆ ଢେଙ୍କାନାଳ ବନ୍ଦ ପାଳନ ହେଉଛି । ନାଗରିକ କ୍ରିୟାନୁଷ୍ଠାନ କମିଟି  ତରଫରୁ ଏହି ବନ୍ଦ ଡାକରା ଦିଆଯାଇଛି । ବନ୍ଦ ଡାକରାରେ ବିଭିନ୍ନ ରାଜନୈତିକ ଦଳ, ବୁଦ୍ଧିଜୀବୀଙ୍କ ସହ ବଣିକ ସଂଘ, ଓକିଲ ସଂଘ ଓ ସାମ୍ବାଦିକ ସଂଘ ସାମିଲ ହୋଇଛନ୍ତି। ଏହା ପ୍ରଭାବରେ ସହରରେ ଦୋକାନ ବଜାର ସହ ବିଭିନ୍ନ ଶିକ୍ଷାନୁଷ୍ଠାନ […]

dkal-1

dkal-1

Niharika Rout
  • Published: Friday, 14 February 2020
  • Updated: 14 February 2020, 09:35 AM IST

ଢେଙ୍କାନାଳ( ରାଜଶ୍ରୀ ଶତପଥୀ): ଢେଙ୍କାନାଳରେ ଥିବା ବାଜି ଚୌକସ୍ଥିତ ପୁରୁଣା ହସ୍ପିଟାଲ ବିଲ୍ଡିଂକୁ ସିଟି ହସ୍ପିଟାଲ ମାନ୍ୟତା ଦାବିରେ ଆଜି ୧୨ ଘଣ୍ଟିଆ ଢେଙ୍କାନାଳ ବନ୍ଦ ପାଳନ ହେଉଛି । ନାଗରିକ କ୍ରିୟାନୁଷ୍ଠାନ କମିଟି  ତରଫରୁ ଏହି ବନ୍ଦ ଡାକରା ଦିଆଯାଇଛି ।

ବନ୍ଦ ଡାକରାରେ ବିଭିନ୍ନ ରାଜନୈତିକ ଦଳ, ବୁଦ୍ଧିଜୀବୀଙ୍କ ସହ ବଣିକ ସଂଘ, ଓକିଲ ସଂଘ ଓ ସାମ୍ବାଦିକ ସଂଘ ସାମିଲ ହୋଇଛନ୍ତି। ଏହା ପ୍ରଭାବରେ ସହରରେ ଦୋକାନ ବଜାର ସହ ବିଭିନ୍ନ ଶିକ୍ଷାନୁଷ୍ଠାନ ଓ ଗାଡ଼ିମୋଟର ବନ୍ଦ ରହିଛି। ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ବହୁ ସଂଖ୍ୟାରେ ଯାନବାହନ ଲାଗି ରହିଛି। ଏଥିଯୋଗୁ ବହୁ ଯାତ୍ରୀ ନିଜ ଗନ୍ତବ୍ୟସ୍ଥଳ ଅଭିମୁଖେ ଯାଇ ନ ପାରି ହଇରାଣ ହେଉଛନ୍ତି।

ସ୍ଥାନୀୟ ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ଦାବିକୁ ରାଜ୍ୟ ସରକାର ଉପେକ୍ଷା କରୁଥିବାରୁ ଏପରି ପଦକ୍ଷେପ ନିଆଯାଇଥିବା ନାଗରିକ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ କୁହାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos