Dol Purnima
ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ଦୋଳ ପୂର୍ଣ୍ଣିମା। ଗାଁ ଗାଁରେ ଜମୁଛି ଦୋଳ ମେଲଣ। ଗାଁକୁ ଗାଁ, ସାହିକୁ ସାହି ବୁଲି ବୁଲି ଭୋଗ ଖାଇବା ସହ ରଙ୍ଗବେରଙ୍ଗ ଅବିରରେ ହୋଲି ଖେଳିବେ ଦୋଳ ଗୋବିନ୍ଦ। ଏହି ଅବସରରେ ଅନେକ ସ୍ଥାନରେ ବାଡ଼ିଖେଳ ମଧ୍ୟ ହେବ।
ଆଜି ମହାପ୍ରଭୁଙ୍କର ଦ୍ୱାଦଶ ଯାତ୍ରା ମଧ୍ୟରୁ ଏହା ହେଉଛି ଅନ୍ୟତମ ଯାତ୍ରା। ପାଲିଙ୍କିରେ ଝୁଲିଝୁଲି ୨୧ ଘେରା ପରିକ୍ରମା କରି ଝୁଲଣ ମଣ୍ଡପକୁ ବିଜେ କରିଥାନ୍ତି ମହାପ୍ରଭୁ ଦୋଳଗୋବିନ୍ଦ। ରତ୍ନ ସିଂହାସନରୁ ମହାପ୍ରଭୁ ରାଜାଧିରାଜ ତଥା ସ୍ୱର୍ଣ୍ଣ ଅଳଙ୍କାରରେ ବିଭୁଷିତ ହୋଇ ସୁନା ବେଶରେ ଶ୍ରଦ୍ଧାଳୁମାନଙ୍କୁ ଦର୍ଶନ ଦିଅନ୍ତି ଶ୍ରୀଜିଉ।
ଗତ ଦୁଇ ବର୍ଷ ହେଲା କରୋନା କଟକଣା ଯୋଗୁ ଫିକା ପଡିଥିଲା ଦୋଳ ଉତ୍ସବ। ଏଥର କିନ୍ତୁ କଟକଣା ନଥିବାରୁ ଧୂମଧାମରେ ପାଳନ ହେବ ଦୋଳ ପୂର୍ଣ୍ଣିମା।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2022/03/Untitled-1-63.jpg)