ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଓଡ଼ିଶା ଆସିବେ ନବନିଯୁକ୍ତ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍। ମଧ୍ୟାହ୍ନ ପ୍ରାୟ ଗୋଟେ ୧୦ ମିନିଟ ସମୟରେ ସେ ଭୁବନେଶ୍ୱରରେ ପହଞ୍ଚିବେ। ଏହାପରେ ସେ ରାଜଭବନ ଯିବେ। ଆସନ୍ତାକାଲି ସନ୍ଧ୍ୟାରେ ସେ ନୂଆ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି।
ବିଦାୟୀ ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କୁ ଗତକାଲି ରାଜଭବନରେ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଥିଲା। ଏହାପରେ ସେ ବିହାର ଅଭିମୁଖେ ଯାତ୍ରା କରିଥିଲେ। ରାଜ୍ୟପାଳ ଏସ୍.ସି ଜମିରଙ୍କ କାର୍ଯ୍ୟକାଳ ସରିବା ପରେ ବିହାର ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କୁ ଓଡ଼ିଶାର ମଧ୍ୟ ଦାୟିତ୍ୱ ଦିଆଯାଇଥିଲା। ସେ ଗତ ମାର୍ଚ୍ଚ ୨୧ ତାରିଖରୁ ଓଡିଶାର ରାଜ୍ୟପାଳ ଭାବେ ଦାୟିତ୍ୱ ତୁଲାଉଥିଲେ। ଏହାପରେ କେନ୍ଦ୍ର ସରକାର ଗଣେଶୀ ଲାଲଙ୍କୁ ନୂଆ ରାଜ୍ୟପାଳ ଭାବେ ନିଯୁକ୍ତ କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।