କାଳବୈଶାଖୀ ପାଇଁ ୩ଟି ଜିଲ୍ଲାକୁ ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କାଳବୈଶାଖୀ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଦକ୍ଷିଣ ଓଡ଼ିଶାର ୩ଟି ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି ଗଜପତି, ରାୟଗଡ଼ା ଓ ଗଞ୍ଜାମ। ଅପରାହ୍ନ ୪ଟା ଯାଏଁ ସତର୍କ ରହିବାକୁ ପାଣିପାଗ ବିଭାଗ କହିଛି। ବର୍ଷା ପବନ ସହ ଘଡ଼ଘଡ଼ି ଓ କୁଆପଥର ବୃଷ୍ଟି ହେବାର ସମ୍ଭାବନା ରହିଛି। ଏଥିସହ ଘଣ୍ଟାକୁ ୫୦ରୁ ୬୦ କିମି ବେଗରେ ପବନ ବହିପାରେ।

rain

Rakesh Mallick
  • Published: Sunday, 13 May 2018
  • , Updated: 13 May 2018, 02:25 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କାଳବୈଶାଖୀ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଦକ୍ଷିଣ ଓଡ଼ିଶାର ୩ଟି ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି ଗଜପତି, ରାୟଗଡ଼ା ଓ ଗଞ୍ଜାମ।

ଅପରାହ୍ନ ୪ଟା ଯାଏଁ ସତର୍କ ରହିବାକୁ ପାଣିପାଗ ବିଭାଗ କହିଛି। ବର୍ଷା ପବନ ସହ ଘଡ଼ଘଡ଼ି ଓ କୁଆପଥର ବୃଷ୍ଟି ହେବାର ସମ୍ଭାବନା ରହିଛି। ଏଥିସହ ଘଣ୍ଟାକୁ ୫୦ରୁ ୬୦ କିମି ବେଗରେ ପବନ ବହିପାରେ।

Related story