୭୪ ବର୍ଷରେ ପାଦ ଥାପିଲା ଭୁବନେଶ୍ୱର, ଆଜି ପ୍ରତିଷ୍ଠା ଦିବସ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜଧାନୀ ଭୁବନେଶ୍ୱରର ପ୍ରତିଷ୍ଠା ଦିବସ ।  ୭୪ ବର୍ଷରେ ପାଦ ଥାପିଲା ରାଜଧାନୀ । ଟେମ୍ପଲ ସିଟିରୁ ସ୍ମାର୍ଟ ସିଟିର ଲମ୍ବା ଯାତ୍ରା ଭିତରେ ବଢିଛି ସହରର କାୟା, ବଦଳିଛି ପରିବେଶ । ସବୁଜ ବଳୟରୁ କଂକ୍ରିଟ ଜଙ୍ଗଲରେ ପରିଣତ ହୋଇଛି ରାଜଧାନୀ । ରାସ୍ତାଘାଟଠୁ ନେଇ ଆଲୋକୀକରଣ, ଲୋକଙ୍କ ଜୀବନଶୈଳୀ ସବୁକିଛି ବଦଳିଛି ଏହି ୭୪ ବର୍ଷ ମଧ୍ୟରେ । ଐତିହ୍ୟ ସହର ଭାବେ ପରିଚିତ ଭୁବନେଶ୍ୱର ଏବେ ଅତ୍ୟାଧୁନିକ । […]

bhubaneswar

Niharika Rout
  • Published: Wednesday, 13 April 2022
  • , Updated: 13 April 2022, 11:54 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜଧାନୀ ଭୁବନେଶ୍ୱରର ପ୍ରତିଷ୍ଠା ଦିବସ ।  ୭୪ ବର୍ଷରେ ପାଦ ଥାପିଲା ରାଜଧାନୀ । ଟେମ୍ପଲ ସିଟିରୁ ସ୍ମାର୍ଟ ସିଟିର ଲମ୍ବା ଯାତ୍ରା ଭିତରେ ବଢିଛି ସହରର କାୟା, ବଦଳିଛି ପରିବେଶ । ସବୁଜ ବଳୟରୁ କଂକ୍ରିଟ ଜଙ୍ଗଲରେ ପରିଣତ ହୋଇଛି ରାଜଧାନୀ । ରାସ୍ତାଘାଟଠୁ ନେଇ ଆଲୋକୀକରଣ, ଲୋକଙ୍କ ଜୀବନଶୈଳୀ ସବୁକିଛି ବଦଳିଛି ଏହି ୭୪ ବର୍ଷ ମଧ୍ୟରେ ।

[caption id="attachment_726943" align="aligncenter" width="650"] ଲୋକସେବା ଭବନ । (ଫାଇଲ ଫଟୋ )[/caption]

ଐତିହ୍ୟ ସହର ଭାବେ ପରିଚିତ ଭୁବନେଶ୍ୱର ଏବେ ଅତ୍ୟାଧୁନିକ । ସ୍ୱାସ୍ଥ୍ୟସେବା, ଶିକ୍ଷା ଏବଂ ସ୍ପୋଟର୍ସର ହବ୍ ଭାବେ ବି ବେଶ ପରିଚିତ ।  ରୋଜଗାର ପାଇଁ  ବି ଅନେକ ଲୋକଙ୍କ ପ୍ରଥମ ଚଏସ ପାଲଟିଛି ଭୁବନେଶ୍ୱର। ବହୁ ଲୋକଙ୍କୁ କର୍ମ ସଂସ୍ଥାନ ଯୋଗାଇଛି ରାଜଧାନୀ।

[caption id="attachment_726945" align="aligncenter" width="650"] କମିଶନରେଟ ପୁଲିସ୍‌ କାର୍ଯ୍ୟାଳୟ । (ଫାଇଳ ଫଟୋ)[/caption]

ଜର୍ମାନ ଆର୍କିଟେକ ଓଟୋ କନିଙ୍ଗ୍ସବର୍ଜରଙ୍କ ପରିକଳ୍ପିତ ଏହି ସହର ହେଉଛି ଭାରତର ପ୍ରଥମ ପରିକଳ୍ପିତ ସହର । ଜାମସେଦପୁର ଏବଂ ଚଣ୍ଡୀଗଡ଼ ସହର ମଧ୍ୟ ଏହି ଢାଞ୍ଚାରେ ନିର୍ମିତ ହୋଇଛି ।  ଆଜି ରାଜଧାନୀ ପ୍ରତିଷ୍ଠା ଦିବସ ଥିବାରୁ ପ୍ରଶାସନ ଓ  ବିଭିନ୍ନ ସଂସ୍ଥା ପକ୍ଷରୁ ବ୍ୟାପକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି।

Related story