Advertisment

ଆଜି ଏସବୁ ଜିଲ୍ଲାରେ ହେବ କାଳବୈଶାଖୀ!

ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବୋହିବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

author-image
Manoranjan Sial
Weather

Weather

ଆଜି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଢେଙ୍କାନାଳ, ଅନୁଗୋଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା ଓ କୋରାପୁଟ ଜିଲ୍ଲାରେ କେତେକ ସ୍ଥାନରେ ବଜ୍ରପାତ ସହ ବର୍ଷା ଓ ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି। ଏଥିସହ କିଛି ଜିଲ୍ଲାରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବୋହିବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ଆସନ୍ତାକାଲି ଅର୍ଥାତ ୨୯ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, ଅନୁଗୋଳ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଓ ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି। ତେବେ କନ୍ଧମାଳ, ଗଞ୍ଜାମ, ଗଜପତି, ନୟାଗଡ଼, ପୁରୀ, ଖୋର୍ଦ୍ଧା, କଟକ, ଢେଙ୍କାନାଳ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବୋହିବାର ଆଶଙ୍କା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୩୦ ତାରିଖରେ ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ଅନୁଗୋଳ, ବୌଦ୍ଧ, ବଲାଙ୍ଗିର, ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲା କେତେକ ଜିଲ୍ଲାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment

୩୧ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ବଜ୍ରପାତ ସହ ବର୍ଷା ଓ ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୧ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ବଜ୍ରପାତ ସହ ବର୍ଷା ଓ ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

Weather Report