Advertisment

ଉଗ୍ରସେନଙ୍କୁ ଗାଦିଚ୍ୟୁତ କରି ସିଂହାସନ ଆରୋହଣ କଲେ ମହାରାଜ କଂସ

ବରଗଡ଼ (ଦୀପକ ଶର୍ମା): ଗତକାଲିଠାରୁ ଆରମ୍ଭ ହୋଇଛି ବରଗଡ଼ର ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା। ଏଥିପାଇଁ ଦୁଲୁକୁଛି ବରଗଡ଼ ସହର। ଗତକାଲି ପିତା ଉଗ୍ରସେନଙ୍କୁ ଗାଦିଚ୍ୟୁତ କରି ମହାରାଜା କଂସ ସିଂହାସନ ଆରୋହଣ କରିଛନ୍ତି। ଏହାପୂର୍ବରୁ ଦେବକୀ-ବସୁଦେବଙ୍କ ବିବାହ କାର୍ଯ୍ୟ ସଂପନ୍ନ ହୋଇଥିଲା। ବରଗଡ଼ର ରାମଜୀ ମନ୍ଦିରରେ ବିବାହ କାର୍ଯ୍ୟ ସଂପନ୍ନ ହୋଇଥିଲା। ପରେ ଦେବକୀ ଓ ବସୁଦେବଙ୍କୁ କାରାଗାର ପ୍ରେରଣର ଦୃଶ୍ୟ ମଧ୍ୟ ଅଭିନୀତ ହୋଇଥିଲା। ଏବେ ମଥୁରାନଗରୀ କଂସଙ୍କ ଶାସନରେ ଥରହର ହେଉଛି। ଆଜି ଧନୁଯାତ୍ରାର ଦ୍ୱିତୀୟ […]

author-image
Jitendra Garnayak
ଅଦ୍ୟତନ ହୋଇଛି
ଉଗ୍ରସେନଙ୍କୁ ଗାଦିଚ୍ୟୁତ କରି ସିଂହାସନ ଆରୋହଣ କଲେ ମହାରାଜ କଂସ

kansa

ବରଗଡ଼ (ଦୀପକ ଶର୍ମା): ଗତକାଲିଠାରୁ ଆରମ୍ଭ ହୋଇଛି ବରଗଡ଼ର ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା। ଏଥିପାଇଁ ଦୁଲୁକୁଛି ବରଗଡ଼ ସହର।

Advertisment

ଗତକାଲି ପିତା ଉଗ୍ରସେନଙ୍କୁ ଗାଦିଚ୍ୟୁତ କରି ମହାରାଜା କଂସ ସିଂହାସନ ଆରୋହଣ କରିଛନ୍ତି।

dhanu1ଏହାପୂର୍ବରୁ ଦେବକୀ-ବସୁଦେବଙ୍କ ବିବାହ କାର୍ଯ୍ୟ ସଂପନ୍ନ ହୋଇଥିଲା। ବରଗଡ଼ର ରାମଜୀ ମନ୍ଦିରରେ ବିବାହ କାର୍ଯ୍ୟ ସଂପନ୍ନ ହୋଇଥିଲା।

Advertisment

ପରେ ଦେବକୀ ଓ ବସୁଦେବଙ୍କୁ କାରାଗାର ପ୍ରେରଣର ଦୃଶ୍ୟ ମଧ୍ୟ ଅଭିନୀତ ହୋଇଥିଲା। ଏବେ ମଥୁରାନଗରୀ କଂସଙ୍କ ଶାସନରେ ଥରହର ହେଉଛି।

ଆଜି ଧନୁଯାତ୍ରାର ଦ୍ୱିତୀୟ ଦିନରେ ମଥୁରାନଗରୀ କାରାଗୃହରେ ଶ୍ରୀକୃଷ୍ଣ ଜନ୍ମ ନେବେ। ଶ୍ରୀକୃଷ୍ଣଙ୍କୁ ନେଇ ବସୁଦେବ ଗୋପପୁର ଯାତ୍ରା କରିବେ। ଉଗ୍ରସେନଙ୍କ ସହ ଭେଟ ଓ ଶ୍ରୀକୃଷ୍ଣଙ୍କୁ ନେଇ ନନ୍ଦରାଜାଙ୍କ ଘରେ ପ୍ରବେଶ ଦୃଶ୍ୟ ଅଭିନୀତ ହେବ। ଏହାସହ ବିଜୁଳି କନ୍ୟାଙ୍କୁ ଧରି ବସୁଦେବ ମଥୁରା ପ୍ରତ୍ୟାବର୍ତ୍ତନ କରିବେ।

ଚଳିତବର୍ଷ ବରଗଡ଼ ଧନୁଯାତ୍ରା ୭୦ ବର୍ଷରେ ପଦାର୍ପଣ କରିଛି। ଗତକାଲି ରାଜ୍ୟସଭା ସାଂସଦ ପ୍ରସନ୍ନ ଆଚାର୍ଯ୍ୟ ଧନୁଯାତ୍ରାକୁ ଉଦ୍‌ଘାଟନ କରିଥିଲେ।