ଆଜି ପବିତ୍ର ଶାମ୍ବ ଦଶମୀ, ସୂର୍ଯ୍ୟ ଦେବତାଙ୍କ ଆରାଧନା କରୁଛନ୍ତି ଶ୍ରଦ୍ଧାଳୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ପବିତ୍ର ଶାମ୍ବ ଦଶମୀ ବା ସୂର୍ଯ୍ୟ ଦେବତାଙ୍କ ପୂଜା । ପ୍ରାତଃରୁ ଚନ୍ଦ୍ରଭାଗା ତଟରେ ସୂର୍ଯ୍ୟ ଦେବତାଙ୍କ ପୂଜାର୍ଚ୍ଚନା କରିଛନ୍ତି ଶ୍ରଦ୍ଧାଳୁ । ପୌରାଣିକ କିମ୍ବଦନ୍ତୀ ଅନୁସାରେ, କୃଷ୍ଣଙ୍କ ପୁତ୍ର ଶାମ୍ବ ଅଭିଷପ୍ତ ହୋଇ କୁଷ୍ଠ ରୋଗରେ ଆକ୍ରାନ୍ତ ହୋଇଥିଲ । ତେବେ ଚନ୍ଦ୍ରଭାଗାରେ ବୁଡ଼ ପକାଇବା ସହ ସୂର୍ଯ୍ୟ ଦେବତାଙ୍କ ଆରାଧନା କରିବା ପରେ ସେ କୁଷ୍ଠ ରୋଗରୁ ଭଲ ହୋଇଥିଲେ । ସୂର୍ଯ୍ୟ ଦେବତାଙ୍କ ପୂଜା ଲାଗି  ଆଜି ଘରେ […]

bhog

bhog

Niharika Rout
  • Published: Wednesday, 12 January 2022
  • Updated: 12 January 2022, 11:14 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ପବିତ୍ର ଶାମ୍ବ ଦଶମୀ ବା ସୂର୍ଯ୍ୟ ଦେବତାଙ୍କ ପୂଜା । ପ୍ରାତଃରୁ ଚନ୍ଦ୍ରଭାଗା ତଟରେ ସୂର୍ଯ୍ୟ ଦେବତାଙ୍କ ପୂଜାର୍ଚ୍ଚନା କରିଛନ୍ତି ଶ୍ରଦ୍ଧାଳୁ ।

ପୌରାଣିକ କିମ୍ବଦନ୍ତୀ ଅନୁସାରେ, କୃଷ୍ଣଙ୍କ ପୁତ୍ର ଶାମ୍ବ ଅଭିଷପ୍ତ ହୋଇ କୁଷ୍ଠ ରୋଗରେ ଆକ୍ରାନ୍ତ ହୋଇଥିଲ । ତେବେ ଚନ୍ଦ୍ରଭାଗାରେ ବୁଡ଼ ପକାଇବା ସହ ସୂର୍ଯ୍ୟ ଦେବତାଙ୍କ ଆରାଧନା କରିବା ପରେ ସେ କୁଷ୍ଠ ରୋଗରୁ ଭଲ ହୋଇଥିଲେ । ସୂର୍ଯ୍ୟ ଦେବତାଙ୍କ ପୂଜା ଲାଗି  ଆଜି ଘରେ ବିଭିନ୍ନ ପ୍ରକାରର ପିଠା ପ୍ରସ୍ତୁତ କରିବା ସହ ଘାଣ୍ଟ ତରକାରୀ କରି ସୂର୍ଯ୍ୟଦେବତାଙ୍କ ପୂଜାର୍ଚ୍ଚନା କରାଯାଉଛି ।

ସେପଟେ  ଆଜି କୋଣାର୍କରେ ସୂର୍ଯ୍ୟ ରଥ ଯାତ୍ରା ଅନୁଷ୍ଠିତ ହେବ । ହୋମ ଓ କଳସ ସ୍ଥାପନ ପରେ ସୂର୍ଯ୍ୟ ଦେବତାଙ୍କ ବିଗ୍ରହକୁ ରଥାରୁଢ କରାଯିବ । ପରେ ରଥ ଉପରେ ୧୦୮ କାକରା, ବରା ଓ ପୋଡ଼ପିଠା ଲାଗି ହେବ । ଏହି ରଥ ୨୭ ଦିନ ପର୍ଯ୍ୟନ୍ତ ଚନ୍ଦ୍ରଭାଗାରେ  ରହି ୨୭ ନକ୍ଷତ୍ରରେ ପୂଜାର୍ଚ୍ଚନା ପରେ ମାଘ ସପ୍ତମିରେ ବାହୁଡା ଯାତ୍ରା ଅନୁଷ୍ଠିତ ହେବ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos