ଆଜିଠୁ ମାଟ୍ରିକ ପରୀକ୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠୁ ମାଟ୍ରିକ ପରୀକ୍ଷା। ଚଳିତ ବର୍ଷ ୬ଲକ୍ଷ ୮ହଜାର ୩୧ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେବେ। ଏଥର୨ ହଜାର ୮୧୮ ଟି କେନ୍ଦ୍ରରେ ପରୀକ୍ଷା ହେବ। ପ୍ରଥମ ଦିନରେ ମାତୃଭାଷା ପରୀକ୍ଷା ରହିଛି। ସକାଳ ୮ଟାରେ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବେ ଛାତ୍ରଛାତ୍ରୀ।  ୮ଟା ୩୦ରେ ଓଏମ୍ଆର୍ ସିଟ୍ ଦିଆଯିବ। ୮ଟା ୪୫ ମିନିଟରେ ପ୍ରଶ୍ନପତ୍ର ସଂଯୁକ୍ତ ଥିବା ଉତ୍ତର ଖାତା ପ୍ରଶ୍ନ ପଢ଼ିବା ଲାଗି ଛାତ୍ରଛାତ୍ରୀ ୧୫ ମିନିଟ୍‌ ସମୟ ପାଇବେ। ଠିକ୍ ୯ଟାରୁ […]

student

Rakesh Mallick
  • Published: Friday, 23 February 2018
  • , Updated: 23 February 2018, 10:38 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠୁ ମାଟ୍ରିକ ପରୀକ୍ଷା। ଚଳିତ ବର୍ଷ ୬ଲକ୍ଷ ୮ହଜାର ୩୧ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେବେ। ଏଥର୨ ହଜାର ୮୧୮ ଟି କେନ୍ଦ୍ରରେ ପରୀକ୍ଷା ହେବ। ପ୍ରଥମ ଦିନରେ ମାତୃଭାଷା ପରୀକ୍ଷା ରହିଛି। ସକାଳ ୮ଟାରେ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବେ ଛାତ୍ରଛାତ୍ରୀ।  ୮ଟା ୩୦ରେ ଓଏମ୍ଆର୍ ସିଟ୍ ଦିଆଯିବ। ୮ଟା ୪୫ ମିନିଟରେ ପ୍ରଶ୍ନପତ୍ର ସଂଯୁକ୍ତ ଥିବା ଉତ୍ତର ଖାତା ପ୍ରଶ୍ନ ପଢ଼ିବା ଲାଗି ଛାତ୍ରଛାତ୍ରୀ ୧୫ ମିନିଟ୍‌ ସମୟ ପାଇବେ। ଠିକ୍ ୯ଟାରୁ ପରୀକ୍ଷା ଆରମ୍ଭ ହେବ।  କପି ରୋକିବା ପାଇଁ ତ୍ରିସ୍ତରୀୟ ସ୍କ୍ୱାଡ ଗଠନ କରାଯାଇଛି। ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ସ୍ତରରେ ୫୮ଟି ଫ୍ଲାଇ ସ୍କ୍ୱାଡ ଓ ୩୭ଟି କେନ୍ଦ୍ରୀୟ  ସ୍କ୍ୱାଡ ଗଠନ କରାଯାଇଛି। ମାଟ୍ରିକ ପରୀକ୍ଷାରେ କପି ରୋକିବା ପାଇଁ ଗଠିତ ସ୍କ୍ୱାଡରେ ଅଧ୍ୟାପକମାନଙ୍କୁ ମଧ୍ୟ ସାମିଲ କରାଯାଇଛି।

ମାଓପ୍ରବଣ କୋରାପୁଟ, ମାଲକାନଗିରି, ବଲାଙ୍ଗିର, ରାୟଗଡ଼ା, ଗଜପତି, କନ୍ଧମାଳ, ବୌଦ୍ଧ ଓ ଦେବଗଡ଼ ଜିଲ୍ଲାରେ ପରୀକ୍ଷା ପରିଚାଳନା ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ହୋଇଛି। ସୁରକ୍ଷା ଦୃଷ୍ଟିରୁ କିଛି ପରୀକ୍ଷା କେନ୍ଦ୍ରକୁ ଆଜି ସକାଳେ ହିଁ ପ୍ରଶ୍ନପତ୍ର ପଠାଯିବ।

Related story