ଆଜି ୧୨ ଜିଲ୍ଲାରେ କୁଆପଥର ମାଡ଼ ସହ ପ୍ରବଳ ବର୍ଷିବ: ୫୦ରୁ ୬୦ କିମି ବେଗରେ ବହିବ ପବନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ତାତିରୁ ସାମାନ୍ୟ ତ୍ରାହି ମିଳିଛି। ଗତକାଲି ଭୁବନେଶ୍ୱର ସମେତ ରାଜ୍ୟର ଅଧିକାଂଶ ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ହୋଇଥିଲା। ଆଜି ବି ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ କୁଆପଥର ମାଡ଼ ସହ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ୫୦ରୁ ୬୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି। ଏସବୁ ଜିଲ୍ଲାଗୁଡ଼ିକ ହେଉଛି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, […]

Weather

Weather

Rakesh Mallick
  • Published: Sunday, 29 April 2018
  • Updated: 29 April 2018, 07:49 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ତାତିରୁ ସାମାନ୍ୟ ତ୍ରାହି ମିଳିଛି। ଗତକାଲି ଭୁବନେଶ୍ୱର ସମେତ ରାଜ୍ୟର ଅଧିକାଂଶ ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ହୋଇଥିଲା। ଆଜି ବି ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ କୁଆପଥର ମାଡ଼ ସହ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ୫୦ରୁ ୬୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି। ଏସବୁ ଜିଲ୍ଲାଗୁଡ଼ିକ ହେଉଛି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, କନ୍ଧମାଳ, ଅନୁଗୋଳ ଓ ଢେଙ୍କାନାଳ।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଆସନ୍ତା ମେ ୪ ତାରିଖ ଯାଏଁ ତାତିରେ ସାମାନ୍ୟ ହ୍ରାସ ହେବ। ୫ରୁ ପୁଣି ତାପମାତ୍ରା ବୃଦ୍ଧି ପାଇବ। ଗତକାଲି ୫ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ଥିଲା। ୪୨.୮ ଡିଗ୍ରୀ ସହ ସୋନପୁର ସବୁଠୁ ଉତ୍ତପ୍ତ ସହର ଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos