ଏହିସବୁ ଜିଲ୍ଲାରେ ହେବ ଝଡ଼ବର୍ଷା ଓ ବଜ୍ରପାତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ଜିଲ୍ଲାରେ ଝଡ଼ବର୍ଷା ଓ ବଜ୍ରପାତ ହୋଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ତେଣୁ ସକାଳ ୧୦ଟା ୪୫ ପର୍ଯ୍ୟନ୍ତ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି  ନୂଆପଡ଼ା, ନବରଙ୍ଗପୁର ଓ କଳାହାଣ୍ଡି। ସୂଚନାଯୋଗ୍ୟ, ଉତ୍ତର-ପଶ୍ଚିମ ବଙ୍ଗୋପସାଗରେ ସୃଷ୍ଟ ଘୂର୍ଣ୍ଣିବଳୟ ଯୋଗୁ ରାଜ୍ୟରେ ତିନି ଦିନ ଯାଏ କୋହଲା ପାଗ ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର […]

Jyoshna Pradhan
  • Published: Saturday, 08 June 2019
  • , Updated: 08 June 2019, 10:59 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ଜିଲ୍ଲାରେ ଝଡ଼ବର୍ଷା ଓ ବଜ୍ରପାତ ହୋଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ତେଣୁ ସକାଳ ୧୦ଟା ୪୫ ପର୍ଯ୍ୟନ୍ତ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

ଏହି ଜିଲ୍ଲା ଗୁଡ଼ିକ ହେଉଛି  ନୂଆପଡ଼ା, ନବରଙ୍ଗପୁର ଓ କଳାହାଣ୍ଡି।

ସୂଚନାଯୋଗ୍ୟ, ଉତ୍ତର-ପଶ୍ଚିମ ବଙ୍ଗୋପସାଗରେ ସୃଷ୍ଟ ଘୂର୍ଣ୍ଣିବଳୟ ଯୋଗୁ ରାଜ୍ୟରେ ତିନି ଦିନ ଯାଏ କୋହଲା ପାଗ ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଥିଲା। ଏହାର ପ୍ରଭାବରେ ଉପକୂଳ ଓଡ଼ିଶା ସହିତ ମାଲକାନଗିରି, କୋରାପୁଟ, ଗଜପତି, ରାୟଗଡ଼ା, ବୌଦ୍ଧ, ବରଗଡ଼ ଓ ସୋନପୁର ଜିଲ୍ଲାରେ ପାଗ କୋହଲା ରହିବା ସହିତ ସ୍ୱଳ୍ପ ବର୍ଷା ହେବାର ସମ୍ଭାବନା ରହିଥିବା କୁହାଯାଇଥିଲା।

Related story