ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ନନ୍ଦନକାନନରେ ବାଘୁଣୀ ‘ବିଜୟା’ର ମୃତ୍ୟୁ। ସେ ରୋଗାକ୍ରାନ୍ତ ହେବା ପରେ ନନ୍ଦନକାନନ ଓ ଓୟୁଏଟିର ସ୍ଵତନ୍ତ୍ର ୪ଜଣିଆ ଡାକ୍ତରୀ ଦଳ ତା’ର ଚିକିତ୍ସା କରୁଥିଲେ। ହେଲେ ଡାକ୍ତରୀ ଦଳ ତା’ ଜୀବନ ରକ୍ଷା କରିବାରେ ବିଫଳ ହୋଇଛନ୍ତି।
ସେ ଗତ ୯ତାରିଖରେ କୌଣସି କାରଣକୁ ନେଇ ଅସୁସ୍ଥ ହୋଇ ପଡ଼ିଥିଲା। ୧୪ତାରିଖରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ସ୍ଵତନ୍ତ୍ର ଏନକ୍ଲୋଜର ଭିତରରେ ରଖି ତାର ପରୀକ୍ଷା ନିରୀକ୍ଷା ସହ ଚିକିତ୍ସା ଚାଲିଥିଲା। ତା’ର ବୟସ ପ୍ରାୟ ୧୨ବର୍ଷ ହୋଇଥିଲା। ଶେଷ ଥର ୩ଟି ଶବକ ଜନ୍ମ କରିବା ପରେ ସେ ଅସୁସ୍ଥ ହୋଇଥିଲା। ଏହି ସମୟରେ ଚିକିତ୍ସା ପାଇ ସୁସ୍ଥ ହୋଇଥିଲା। ହେଲେ ହଠାତ୍ ପୁନଃ ଅସୁସ୍ଥତା ସହ ତାର ମୃତ୍ୟୁ ହୋଇଛି।
ହେଲେ କେଉଁ କାରଣ ଯୋଗୁଁ ତା’ର ମୃତ୍ୟୁ ହୋଇଛି ତାହା ବ୍ୟବଚ୍ଛେଦ ପରେ ଜଣା ପଡ଼ିବ ବୋଲି ନନ୍ଦନକାନନ କର୍ତ୍ତୃପକ୍ଷ କହିଛନ୍ତି। ତା’ର ମୃତ୍ୟୁ ପରେ ବର୍ତ୍ତମାନ ନନ୍ଦନକାନନରେ ବାଘ ସଂଖ୍ୟା ୨୫ରେ ପହଞ୍ଚିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଶେଷରେ ନବୀନଙ୍କୁ ବି ଛାଡ଼ିଲେନି ପାଣ୍ଡିଆନ, କହିଲେ ଓଡ଼ିଶାରେ ଓଡ଼ିଆ କହିବା ଜରୁରୀ
ବିଜେଡିର ପ୍ରତିଷ୍ଠା ଦିବସର ଠିକ୍ ଦିନକ ପୂର୍ବରୁ ଏଭଳି ପୋଷ୍ଟ କରାଗଲା କାହିଁକି? ସକ୍ରିୟ ରାଜନୀତିରୁ ସନ୍ୟାସ ନେଇଥିବା ପାଣ୍ଡିଆନ କ’ଣ ପୁଣିଥରେ ବିଜେଡିରେ ସକ୍ରିୟ ହୋଇ ଆଗକୁ ଆସିବାକୁ ଚାହୁଁଛନ୍ତି କି?
Miscellaneous
ସରକାରୀ ଯୋଜନାରୁ ବାଦ୍ ପଡ଼ିବେ ଅଯୋଗ୍ୟ ଚାଷୀ: ପ୍ରକୃତ ଚାଷୀ ଖୋଜିବାକୁ ନୂଆ ବର୍ଷରୁ ପଞ୍ଜୀକରଣ
ପୁରୁଣା ସରକାରରେ ଅଣଚାଷୀ ଓ ଦଳୀୟ ଭିତ୍ତିରେ ଚାଷୀଙ୍କ ପାଇଁ ସରକାରୀ ଯୋଜନା ବାଣ୍ଟିବା ଏକ ବଡ଼ ପ୍ରସଙ୍ଗ ଥିଲା।
Crime
ପୁଲିସ ସ୍ତ୍ରୀକୁ ମାରି ସ୍ୱାମୀର ଆତ୍ମହତ୍ୟା ଉଦ୍ୟମ
ମୃତ ମହିଳା କନଷ୍ଟେବଲ କଟକ ସାଇବର ଥାନାରେ କାର୍ଯ୍ୟ କରୁଥିଲେ।
Crime
ଡିଡିଟାଲ ଆରେଷ୍ଟର ମିଛ ଫାଶରେ ପଡ଼ିଗଲେ ପୂର୍ବତନ ସେନା ଅଧିକାରୀ, ଭୟରେ ଦେଇଦେଲେ ୧ କୋଟି
ଡିଜିଟାଲ ଆରେଷ୍ଟ ନେଇ ଲୋକଙ୍କୁ ସଚେତନ କରାଯାଉଥିବା ସତ୍ତ୍ୱେ ଅନେକ ସମୟରେ ସେମାନେ ଭୟଭୀତ ହୋଇ ନିଜ ଟଙ୍କା ହରାଉଛନ୍ତି।
Crime
ଆର୍ମି ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣାରେ ଦାୟର ଜନସ୍ୱାର୍ଥ ମାମଲାର ଅନ୍ତ ଘଟାଇଲେ ହାଇକୋର୍ଟ
ସେନା କର୍ମଚାରୀଙ୍କୁ ଥାନାରେ କିପରି ବ୍ୟବହାର ପ୍ରଦର୍ଶନ କରାଯିବ, ସେନେଇ ରାଜ୍ୟ ସରକାର ଜାରି କରିଥିବା ଏସଓପିକୁ କଡ଼ାକଡ଼ି ପାଳନ କରିବାକୁ ହାଇକୋର୍ଟ କହିଛନ୍ତି।