କଟକ (ଓଡ଼ିଶା ରିପୋର୍ଟର): କଟକ ବଡ଼ ମେଡିକାଲର ସଂପ୍ରସାରଣ ପାଇଁ ଆଜିଠୁ ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟରେ ବଡ଼ ମେଡିକାଲ ପାଖ ଯୋବ୍ରା ମାଛ ମାର୍କେଟ ଅଞ୍ଚଳରେ ଉଚ୍ଛେଦ କରାଯାଉଛି। ଯୋବ୍ରା ବ୍ୟାରେଜଠାରୁ ମାଲଗୋଦାମ ଥାନା ଓ ଫରେଷ୍ଟ ଅଫିସ ଲେନର ଉଭୟ ପାର୍ଶ୍ୱରେ ଥିବା ଦୋକାନ ଘର, ଝୁମ୍ପୁଡ଼ି ସବୁ ଭଙ୍ଗା ଯାଉଛି। ଭଙ୍ଗା କାର୍ଯ୍ୟ ଚାଲିଥିବା ସ୍ଥାନରେ ଜିଲ୍ଲା ଓ ପୁଲିସ ପ୍ରଶାସନ ସହ ସିଏମ୍ସି ଅଧିକାରୀ ଉପସ୍ଥିତ ଅଛନ୍ତି।
କଟକ ବଡ଼ ଡାକ୍ତରଖାନା ସମ୍ପ୍ରସାରଣ ହେବ ବୋଲି କିଛି ଦିନ ତଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଥିଲେ। ଏହାପରେ କେତେ ଜମି ଅଧିଗ୍ରହଣ ହେବ ଚିହ୍ନଟ ହୋଇଥିଲା। ଏହାସହ କ୍ଷତିଗ୍ରସ୍ତଙ୍କ ପାଇଁ ପୂର୍ବରୁ ପ୍ୟାକେଜ୍ ମଧ୍ୟ ଘୋଷଣା ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।