ଆସନ୍ତାକାଲି ଜଗା-କାଳିଆଙ୍କୁ ଦେଖିବାକୁ ଦିଲ୍ଲୀ ଯିବେ ସ୍ୱାସ୍ଥ୍ୟମନ୍ତ୍ରୀ

ଏମ୍ସରେ ଅପରେସନ ପରେ ଅଲଗା ହୋଇଥିବା ଜଗା-କାଳିଆଙ୍କ ସ୍ୱାସ୍ଥ୍ୟାବସ୍ଥାର ଯାଞ୍ଚ ପାଇଁ ଆସନ୍ତାକାଲି ଦିଲ୍ଲୀ ଯିବେ ସ୍ୱାସ୍ଥ୍ୟମନ୍ତ୍ରୀ ପ୍ରତାପ ଜେନା। ଦ୍ୱିତୀୟ ପର୍ଯ୍ୟାୟ ଅପରେସନ୍ ପରେ ଜଗା-କାଳିଆଙ୍କ ସ୍ୱାସ୍ଥ୍ୟାବସ୍ଥା କେମିତି ରହିଛି ଏବଂ ପରବର୍ତ୍ତୀ ସମୟରେ ସେମାନଙ୍କ ଚିକିତ୍ସା ଲାଗି ଆଉ କ’ଣ କରାଯାଇପାରିବ ସେ ନେଇ ଏମ୍ସ ଡାକ୍ତରୀ ଟିମ୍ ସହ ଆଲୋଚନା କରିବେ ମନ୍ତ୍ରୀ।

ଜଗା-କାଳିଆ ସମ୍ପୂର୍ଣ୍ଣ ସୁସ୍ଥ ହେବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରକାର ସହାଯ୍ୟ ସହଯୋଗ ଯୋଗାଇ ଦିଆଯିବ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ପ୍ରତାପ ଜେନା ସୂଚନା ଦେଇଛନ୍ତି।