କାଲି ୭ ଜିଲ୍ଲାରେ ଘନ କୁହୁଡି, ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତାକାଲି ସକାଳେ ଘନ କୁହୁଡ଼ି ରହିବ। ସେଥିପାଇଁ ୭ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ।

ଆସନ୍ତାକାଲି କଟକ, ଅନୁଗୋଳ, ଢେଙ୍କାନାଳ, ମୟୂରଭଞ୍ଜ, ଯାଜପୁର, କନ୍ଧମାଳ, ବାଲେଶ୍ୱରରେ ଘନ କୁହୁଡି ଦେଖାଦେବ। ଏହାଛଡ଼ା ଆସନ୍ତା ୨ ଦିନ ଆଭ୍ୟନ୍ତରୀଣ ଜିଲ୍ଲାରେ ମଧ୍ୟ ଘନକୁହୁଡ଼ି ଦେଖାଯିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

 

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।