କୋଭିଡ୍ କଟକଣା ଭିତରେ ହେବ ଗୋଷାଣୀ ଭସାଣ ଉତ୍ସବ

ପୁରୀ:(ଓଡ଼ିଶା ରିପୋର୍ଟର) ଚଳିତ ବର୍ଷ କୋଭିଡ୍ କଟକଣା ଭିତରେ ହେବ ଗୋଷାଣୀ ଭସାଣ ଉତ୍ସବ। ଏଥିଲାଗି ଆସନ୍ତାକାଲି ଦିନ ୧୦ଟାରୁ ମରଚିକୋଟ ଛକଠାରୁ ସିଂହଦ୍ୱାର ଏବଂ ଶ୍ରୀମନ୍ଦିର ଚାରିପାଖରେ ୧୪୪ ଧାରା ଲାଗୁ କରାଯିବ। ଗୋଷାଣୀଙ୍କ ସହ ମାତ୍ର ୭ ଜଣଙ୍କୁ ଭସାଣି ପାଇଁ ଅନୁମତି ଦେଇଛି ପ୍ରଶାସନ। ସେମାନଙ୍କୁ ପରିଚୟ ପତ୍ର ଯୋଗାଇ ଦିଆଯିବ। ଶ୍ରୀକ୍ଷେତ୍ରର ପ୍ରମୁଖ ସାତ ସାହି ଓ ଆଖଡା ଦ୍ୱାରା ହେଉଥିବା ୪୦ରୁ ଅଧିକ ଗୋଷାଣୀ ସିଂହଦ୍ୱାରକୁ ଭସାଣ ଆସିବ। ଏହି […]

57

Tapas Behera
  • Published: Monday, 26 October 2020
  • , Updated: 26 October 2020, 05:24 PM IST

ପୁରୀ:(ଓଡ଼ିଶା ରିପୋର୍ଟର) ଚଳିତ ବର୍ଷ କୋଭିଡ୍ କଟକଣା ଭିତରେ ହେବ ଗୋଷାଣୀ ଭସାଣ ଉତ୍ସବ। ଏଥିଲାଗି ଆସନ୍ତାକାଲି ଦିନ ୧୦ଟାରୁ ମରଚିକୋଟ ଛକଠାରୁ ସିଂହଦ୍ୱାର ଏବଂ ଶ୍ରୀମନ୍ଦିର ଚାରିପାଖରେ ୧୪୪ ଧାରା ଲାଗୁ କରାଯିବ। ଗୋଷାଣୀଙ୍କ ସହ ମାତ୍ର ୭ ଜଣଙ୍କୁ ଭସାଣି ପାଇଁ ଅନୁମତି ଦେଇଛି ପ୍ରଶାସନ।

ସେମାନଙ୍କୁ ପରିଚୟ ପତ୍ର ଯୋଗାଇ ଦିଆଯିବ। ଶ୍ରୀକ୍ଷେତ୍ରର ପ୍ରମୁଖ ସାତ ସାହି ଓ ଆଖଡା ଦ୍ୱାରା ହେଉଥିବା ୪୦ରୁ ଅଧିକ ଗୋଷାଣୀ ସିଂହଦ୍ୱାରକୁ ଭସାଣ ଆସିବ। ଏହି ଶୋଭାଯାତ୍ରା ସମୟରେ ବାଜା ବାଜିବନି କି ଆଲୋକ ଲାଗିବନି, ଏଭଳିକି ବଡଦାଣ୍ଡକୁ କେହି ଆସିବେ ନାହିଁ। ଉଚ୍ଚ ନ୍ୟାୟାଳୟଙ୍କ ନିର୍ଦ୍ଦେଶ ଓ ରାଜ୍ୟ ସରକାରଙ୍କ ପରାମର୍ଶ ଅନୁଯାୟୀ କୋଭିଡ ୧୯ କଟକଣାକୁ ସମ୍ପୂର୍ଣ୍ଣ ପାଳନ କରାଯାଇ ଭାସାଣ କରାଯିବ ବୋଲି ଉପଜିଲ୍ଲାପାଳ କହିଛନ୍ତି।

Related story