କେନ୍ଦ୍ରାପଡ଼ା(ମନୋଜ ସ୍ୱାଇଁ): ଆସନ୍ତାକାଲି ପାଟକୁରା ବିଧାନସଭା ଆସନ ଲାଗି ହେବ ଭୋଟ ଗଣତି । ଏଥିଲାଗି ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ପ୍ରାୟ ଶେଷ ହୋଇଛି। ମୋଟ ୧୮ଟି ରାଉଣ୍ଡରେ ଭୋଟ ଗଣତି ହେବ। ଏଥିପାଇଁ ୧୮ଟି ଟେବୁଲ ବ୍ୟବସ୍ଥା କରାଯାଇଛି।
କେନ୍ଦ୍ରାପଡ଼ା ଅଟୋନମସ କଲେଜରେ ଇଭିଏମ ଗୁଡିକୁ କଡ଼ା ସୁରକ୍ଷା ମଧ୍ୟରେ ରଖାଯାଇଛି। ଇଭିଏମ୍ର ସୁରକ୍ଷା ଲାଗି ତ୍ରିସ୍ତରୀୟ ବ୍ୟବସ୍ଥା କରାଯାଇଛି। ଷ୍ଟ୍ରଙ୍ଗରୁମରେ ଅର୍ଦ୍ଧସାମରିକ ବାହିନୀ ରହିଛନ୍ତି। ଏହାସହ ଓଏସ୍ଏପି ଏବଂ ଜିଲ୍ଲା ପୁଲିସ ମଧ୍ୟ ଇଭିଏମ୍ ସୁରକ୍ଷାରେ ରହିଛନ୍ତି।
ନିର୍ବାଚନ କମିଶନଙ୍କ ଗାଇଡ୍ଲାଇନ୍ ଅନୁସାରେ ସବୁ ଦଳର ଏଜେଣ୍ଟମାନଙ୍କୁ ଡାକି ଇଭିଏମ୍ ସୁରକ୍ଷା ସମ୍ପର୍କରେ ଜିଲ୍ଲା ପ୍ରଶାସନ ଅବଗତ କରିଛି।
ସୂଚନାଯୋଗ୍ୟ, ଗତ ୨୦ ତାରିଖରେ ପାଟକୁରା ବିଧାନସଭା ଆସନ ପାଇଁ ମତଦାନ ହୋଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।