ମାଲକାନଗିରି(ଓଡ଼ିଶା ରିପୋର୍ଟର): ୬ଟି ରାଜ୍ୟର ପୁଲିସ ପାଇଁ ମୋଷ୍ଟ ୱାଣ୍ଟେଡ୍ ଥିବା ଦୁର୍ଦ୍ଦାନ୍ତ ନକ୍ସଲ ସନ୍ଦିପ ଯାଦବର ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୫୫ ବର୍ଷ ହୋଇଥିଲା। ସନ୍ଦିପଙ୍କ ଘର ବିହାରର ଗୟା ଜିଲ୍ଲାରେ।
ସନ୍ଦିପଙ୍କ ବିରୋଧରେ ଓଡିଶା, ଛତିଶଗଡ଼, ତେଲେଙ୍ଗାନା, ଆନ୍ଧ୍ରପ୍ରଦେଶ, ବିହାର ଓ ପଶ୍ଚିମବଙ୍ଗ ଏହି ୬ ରାଜ୍ୟରେ ୫୦୦ରୁ ଅଧିକ ମାମଲା ରହିଛି। ବିଭିନ୍ନ ରାଜ୍ୟରେ ସନ୍ଦିପଙ୍କ ବିରୋଧରେ ରହିଥିବା ପୁରସ୍କାର ରାଶିକୁ ମିଶାଇଲେ ପ୍ରାୟ ୮୪ ଲକ୍ଷ ଟଙ୍କା ହେବ।
ଗତ ତିନି ଦଶନ୍ଧି ହେଲା ୬ଟି ରାଜ୍ୟର ଲୋକଙ୍କ ମନ ଭିତରେ ଭୟ ସଂଚାର କରିବା ସହ ପୁଲିସର ନିଦ ହଜାଇ ଦେଇଥିଲେ ନକ୍ସଲ କମାଣ୍ଡର ସନ୍ଦିପ। ତେବେ ସନ୍ଦିପଙ୍କୁ ଧୋକ୍କା ଦେଇ ବିଷ ଦିଆଯାଇଥିବା ଜଣାପଡ଼ିଛି। ସନ୍ଦିପର ମୃତ୍ୟୁ ପରେ ନକ୍ସଲ ସଂଗଠନକୁ ଏକ ବଡ଼ ଝଟକା ଲାଗିଥିବା କୁହାଯାଉଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।