ମଙ୍ଗଳବାର ଜମିବ ଷ୍ଟାର ପ୍ରଚାରକଙ୍କ ଭିଡ଼: ଆସିବେ ମୋଦି, ଶିବରାଜ, ମାୟାବତୀ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଗତକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଆଜି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ଓଡ଼ିଶା ଆସିଥିଲେ। ବିଜେଡି ଓ କଂଗ୍ରେସ ଉପରେ ବର୍ଷିଥିଲେ। ଆସନ୍ତାକାଲି ପୁଣି ରାଜ୍ୟରେ ଜମିବ ଷ୍ଟାର ପ୍ରଚାରକଙ୍କ ଭିଡ଼। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ବିଏସ୍‌ପି ସୁପ୍ରିମୋ ମାୟାବତୀ ଓଡ଼ିଶାରେ ନିର୍ବାଚନ ପ୍ରଚାର କରିବେ। ପ୍ରଧାନମନ୍ତ୍ରୀ ମୋଦି କଳାହାଣ୍ଡି ଗସ୍ତରେ ଆସି କାଲି ଦିନ ୧୧ଟା ବେଳେ ଭବାନୀପାଟଣାରେ ବିଜେପିର ବିଜୟ ସଂକଳ୍ପ ସମାବେଶରେ ଉଦ୍‌ବୋଧନ ଦେବେ। […]

modi-and-mayabati

modi-and-mayabati

Manoranjan Sial
  • Published: Monday, 01 April 2019
  • Updated: 01 April 2019, 10:47 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଗତକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଆଜି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ଓଡ଼ିଶା ଆସିଥିଲେ। ବିଜେଡି ଓ କଂଗ୍ରେସ ଉପରେ ବର୍ଷିଥିଲେ। ଆସନ୍ତାକାଲି ପୁଣି ରାଜ୍ୟରେ ଜମିବ ଷ୍ଟାର ପ୍ରଚାରକଙ୍କ ଭିଡ଼। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ବିଏସ୍‌ପି ସୁପ୍ରିମୋ ମାୟାବତୀ ଓଡ଼ିଶାରେ ନିର୍ବାଚନ ପ୍ରଚାର କରିବେ।

ପ୍ରଧାନମନ୍ତ୍ରୀ ମୋଦି କଳାହାଣ୍ଡି ଗସ୍ତରେ ଆସି କାଲି ଦିନ ୧୧ଟା ବେଳେ ଭବାନୀପାଟଣାରେ ବିଜେପିର ବିଜୟ ସଂକଳ୍ପ ସମାବେଶରେ ଉଦ୍‌ବୋଧନ ଦେବେ। ମୋଦିଙ୍କ ପରି ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ କାଲି ଓଡ଼ିଶା ଆସୁଛନ୍ତି। ସେ ପାରାଦୀପ ଓ ତିର୍ତ୍ତୋଲରେ ଦଳୀୟ ପ୍ରାର୍ଥୀଙ୍କ ଲାଗି ପ୍ରଚାର କରିବେ।
ସେହିପରି କେନ୍ଦ୍ରମନ୍ତ୍ରୀ ଆରକେ ସିଂହ ବିଷମକଟକ, ଗୁଣପୁର ଓ କବିସୂର୍ଯ୍ୟନଗର ଏବଂ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ରଘୁବର ଦାସ ବାରିପଦା, ବାଙ୍ଗିରିପୋଷି ଓ ଉଦଳାରେ ପ୍ରଚାର କରିବେ।

ବିଏସ୍‌ପି ସୁପ୍ରିମୋ ମାୟାବତୀ ମଧ୍ୟ ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଛନ୍ତି। ସେ ଭୁବନେଶ୍ୱର ବରମୁଣ୍ଡା ପଡ଼ିଆରେ ଆୟୋଜିତ ସମାବେଶରେ ଯୋଗଦେବେ। ଏହି ଅବସରରେ ସେ ଓଡ଼ିଶା ପାଇଁ ଦଳୀୟ ପ୍ରାର୍ଥୀଙ୍କ ନାଁ ଘୋଷଣା କରିବାର କାର୍ଯ୍ୟକ୍ରମ ରହିଛି।

 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos