ଢେଙ୍କାନାଳ(ରାଜଶ୍ରୀ ଶତପଥୀ): ଢେଙ୍କାନାଳ ଜିଲ୍ଲା ସଦର ଥାନା ଅନ୍ତର୍ଗତ କାଲୁରିଆ ବ୍ରାହ୍ମଣୀ ନଦୀଘାଟ ନିକଟରେ ଘଟିଛି ଏକ ମର୍ମନ୍ତୁଦ ଦୁର୍ଘଟଣା । କାଲୁରିଆଠାରେ ଚାଲିଥିବା ଏକ ବେଆଇନ ବାଲି ଘାଟରୁ ଏକ ଚୋରା ବାଲି ବୋଝେଇ ଟ୍ରାକ୍ଟର ଓଲଟି ପଡିବାରୁ ଘଟଣାସ୍ଥଳରେ ୨ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ହୋଇଛନ୍ତି ।
ମୃତକ ହେଲେ କାଲୁରିଆ ଗ୍ରାମର ନରୋତ୍ତମ ବେହେରା ଓ ରାଜୀବ ବେହେରା । ଅପରପକ୍ଷରେ ଗୁରୁତରଜଣଙ୍କ ଶ୍ରୀକାନ୍ତ ସାହୁ ବୋଲି ଜଣାପଡିଛି । ଗତକାଲି ବିଳମ୍ବିତ ରାତ୍ରିରେ ବାଲି ଚୋରା ଚାଲାଣ କରୁଥିବାବେଳେ ଏହି ଟ୍ରାକ୍ଟରଟି ଓଲଟି ଏହି ତିନିଜଣଙ୍କ ଉପରେ ପଡ଼ି ଯାଇଥିଲା । ଫଳରେ ଗ୍ରାମବାସୀ ଚିକିତ୍ସା ପାଇଁ ୩ଜଣଙ୍କୁ ଢେଙ୍କାନାଳ ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ମାତ୍ର ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ବେକେ ଶ୍ରୀକାନ୍ତ ସାହୁଙ୍କ ଅବସ୍ଥା ଗୁରୁତର ରହିଛି ।
ବେଆଇନ ଭାବେ ଚାଲୁଥିବା ଏହି ବାଲି ଘାଟରୁ ରାତିରେ ବାଲି ଚୋରା ଚାଲାଣ କରାଯାଉଥିବାରୁ ଏପରି ଅଘଟଣ ଘଟିଥିବା ଜଣାପଡିଛି । ପୁଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।