ଆନନ୍ଦପୁର(ମୁନ୍ନା ସିଂ): ଟ୍ରାକ୍ଟର ଚକାରେ ପ୍ରେସର ଦେଲା ବେଳେ ଫାଟିଲା। ଫଳରେ ଘଟଣା ସ୍ଥଳରେ ଚାଳକଙ୍କ ମୃତ୍ୟୁ ଘଟିଥିବା ବେଳେ ମାଲିକ ଗୁରୁତର ଆହତ ହୋଇଛନ୍ତି। ଆଜି ଅପରାହ୍ନରେ ଏପରି ମର୍ମନ୍ତୁଦ ଦୁର୍ଘଟଣା କେନ୍ଦୁଝର ଜିଲ୍ଲା ଆନ୍ଦପୁରରେ ଘଟିଛି।
ଆନନ୍ଦପୁର ଥାନା ତରଭା ଗାଁର ସଞ୍ଜିବ ସେଠୀଙ୍କ ଟ୍ରାକ୍ଟରରେ ମାଧବ ଜେନା ଚାଳକ ଭାବେ କାମ କରନ୍ତି। ଆଜି ଉଭୟ ଟ୍ରାକ୍ଟର ଚକା ମରାମତି କରିବା ପାଇଁ ଶାସଙ୍ଗ ଛକରେ ଥିବା ଏକ ଗ୍ୟାରେଜକୁ ଯାଇଥିଲେ। ସେଠାରେ ଟ୍ରାକ୍ଟର ଚକରେ ପ୍ରେସର ଦେଲା ବେଳେ ବିସ୍ଫୋରଣ କରିଥିଲା। ଫଳରେ ଘଟଣା ସ୍ଥଳରେ ଟ୍ରାକ୍ଟର ଚାଳକ ମାଧବ ଜେନାଙ୍କ ମୃତ୍ୟୁ ଘଟିଥିଲା ବେଳେ ମାଲିକ ସଞ୍ଜିବ ସେଠୀ ଗୁରୁତର ଆହତ ହୋଇଥିଲେ।
ସ୍ଥାନୀୟ ଲୋକେ ସଞ୍ଜିବଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଆନନ୍ଦପୁର ଉପଖଣ୍ଡ ମେଡ଼ିକାଲ୍ରେ ଭର୍ତ୍ତି କରିଥିଲେ। ସେଠାରେ ତାଙ୍କର ଚିକିତ୍ସା ଚାଲିଛି। ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଉଦ୍ବେଗଜନକ ରହିଛି। ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
୨୯ ଅପରାହ୍ନରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ
ସାଧାରଣ ସଭାକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ, ରାଜଭବନ ପର୍ଯ୍ୟନ୍ତ ରୋଡ୍ ସୋ। ଦଳୀୟ ସାଂସଦ, ମନ୍ତ୍ରୀ, ବିଧାୟକ ଓ ବରିଷ୍ଠ ପଦାଧିକାରୀଙ୍କୁ ଦେବେ ଗୁରୁମନ୍ତ୍ର।
Miscellaneous
ଜାନୁଆରୀ ୫ରୁ ଆଦିବାସୀ ମେଳା, ପ୍ରବାସୀ ବି ଦେଖିବେ ଓଡ଼ିଶାର ଆଦିବାସୀ ସଂସ୍କୃତି
ଚଳିତଥର ମେଳାକୁ ପ୍ରବାସୀ ଭାରତୀୟମାନେ ଆସିବାର ସମ୍ଭାବନା ଥିବାରୁ ରାଜ୍ୟ ସରକାର ସ୍ୱତନ୍ତ୍ର ବ୍ୟବସ୍ଥା କରୁଛନ୍ତି। ଆଦିବାସୀଙ୍କ କଳା, ସଂସ୍କୃତି, ପରମ୍ପରା ଓ ହସ୍ତତନ୍ତ ଆଦିର ବ୍ୟାପକ ପ୍ରଚାରପ୍ରସାର ପାଇଁ ଲକ୍ଷ୍ୟ ରଖିଛନ୍ତି ସରକାର।
Miscellaneous
ପାଣ୍ଡିଆନଙ୍କ ପତ୍ନୀଙ୍କ ଛୁଟି ଆବେଦନ ଖାରଜ କଲେ ମୋହନ ସରକାର, ମାଗିଥିଲେ ଆଉ ୬ ମାସ ଛୁଟି
ରାଜ୍ୟ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ ମନୋଜ କୁମାର ମହାନ୍ତି ଆଜି ୨୦୦୦ ବ୍ୟାଚ୍ ଆଇଏଏସ୍ ସୁଜାତାଙ୍କୁ ଚିଠି ଲେଖି ତାଙ୍କର ଛୁଟି ଆବେଦନକୁ ରାଜ୍ୟ ସରକାର ଖାରଜ କରିଛନ୍ତି ବୋଲି ଅବଗତ କରାଇଛନ୍ତି ।
Miscellaneous
ଆଇନ ମନ୍ତ୍ରୀଙ୍କୁ ଭେଟି ନ୍ୟାୟ ମାଗିଲେ ରାଣୀ ପ୍ରିୟଦର୍ଶିନୀ
ବିପଦପୂର୍ଣ୍ଣ ଗାଡି ଚାଳନା ପାଇଁ ଘରକୁ ଯାଇ ସ୍କୁଟି ସିଜ୍ କରିଥିଲା ପରିବହନ ବିଭାଗ। ନୋଟିସ କିମ୍ବା ଇ-ଚାଲାଣ ନକରି ହଠାତ ଚଢ଼ାଉ ଦ୍ୱାରା ସମ୍ମାନ ହାନୀ ହୋଇଥିବା ଅଭିଯୋଗ ଆଣିଛନ୍ତି ଅଭିନେତ୍ରୀ।
Miscellaneous
ବିପର୍ଯ୍ୟୟ ପ୍ରତିରୋଧୀ ସ୍ଥାୟୀ ଭିତ୍ତିଭୂମିର ବିକାଶ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ
ବାତ୍ୟା ‘ଦାନା’ର କ୍ଷୟକ୍ଷତି ଆକଳନ କରିବା ପାଇଁ ଆସିଥିବା ଆନ୍ତଃ-ମନ୍ତ୍ରାଳୟ କେନ୍ଦ୍ରୀୟ ଟିମ୍ ସହ ଆଲୋଚନା ବେଳେ ଉପକୂଳବର୍ତ୍ତୀ ଜିଲ୍ଲାରେ ଭୂତଳ ବିଦ୍ୟୁତ କେବୁଲ ସ୍ଥାପନ, ଉପକୂଳରେ ବନ୍ଧ ନିର୍ମାଣ, ବ୍ୟାପକ ହେନ୍ତାଳ ବନ ସୃଷ୍ଟି ଆଦି ପଦକ୍ଷେପ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି।