ଅନୁଗୋଳ(ବିରଜା ପ୍ରସାଦ ଦାଶ): ଅନୁଗୋଳ ଜିଲ୍ଲା ଠାକୁରଗଡ଼ ଥାନା ଅନ୍ତର୍ଗତ ସାନହୁଲା ନିକଟରେ ଏକ ଟ୍ରାକ୍ଟରଟି ପୋଲ ତଳକୁ ଓଲଟି ପଡ଼ିଛି। ଏଥିରେ ଡ୍ରାଇଭଙ୍କ ମୃତ୍ୟୁ ଘଟିଥିବା ବେଳେ ହେଲପର ଗୁରତର ଆହତ ହୋଇଛନ୍ତି। ମୃତକ ଜଣଙ୍କ ହେଲେ ବରପାଲି ଅଞ୍ଚଳର ହାଡ଼ିବନ୍ଧୁ ନାଏକ। ହେଲପରଙ୍କ ପରିଚୟ ମିଳିପାରି ନାହିଁ। ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ହାଡ଼ିବନ୍ଧୁ ଆଜି ଟ୍ରାକ୍ଟରରେ କୋଇଲା ନେଇ ଯିବା ସମୟରେ ସାନହୁଲା ନିକଟରେ ଟ୍ରାକ୍ଟରଟି ଭାରସାମ୍ୟ ହରାଇ ପୋଲ ତଳକୁ ଓଲଟି ପଡ଼ିଥିଲା। ଫଳରେ ହେଲପର ଓ ଡ୍ରାଇଭର କୋଇଲା ତଳେ ଚାପି ହୋଇଯାଇଥିଲେ। ସ୍ଥାନୀୟ ଲୋକେ ଦୁଇ ଜଣଙ୍କୁ କୋଇଲା ତଳୁ ଉଦ୍ଧାର କରିଥିଲେ। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମନ୍ତ୍ରୀ ନବ ଦାସ ହତ୍ୟା ମାମଲା: ଅଡ଼ୁଆରେ ମୋହନ ସରକାର, ଆଗରେ ୯ଟି ପ୍ରଶ୍ନ
ପୁଲିସ ଜରିଆରେ ତାଙ୍କ ପିତାଙ୍କୁ ହତ୍ୟା କରାଯାଇଛି ବୋଲି ଦୀପାଳି ଗତ ୩ ଦିନ ତଳେ କହିଲେ, କିନ୍ତୁ ସେତେବେଳେ କିଏ ସେ ତୃତୀୟ ମହଲାର ଆଇପିଏସ୍ ଅଫିସର ଯିଏ ପୁଲିସକୁ ନିୟନ୍ତ୍ରଣରେ ରଖିଥିଲେ ଓ ତାଙ୍କ ଭୂମିକା ଏହି ହତ୍ୟାକାଣ୍ଡରେ କ’ଣ ଥିଲା କାହିଁକି ତାହା ଯାଂଚ କ୍ରାଇମବ୍ରାଂଚ କଲାନି କି ବର୍ତ୍ତମାନର ବିଜେପି ସରକାର କରୁନାହାନ୍ତି?
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।