ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ବେପରୁଆ ଗାଡି ଚାଳକଙ୍କୁ ଆଗକୁ ଆଉ ନିସ୍ତାର ମିଳିବନି। ଆସନ୍ତା ଜାନୁଆରୀରୁ ରାଜ୍ୟରେ ପୁଣି ଥରେ ଗାଡ଼ି ଚେକିଂ ଜୋରଦାର ହେବ । ହେଲମେଟ୍, ସିଟ୍ ବେଲ୍ଟ ଓ ପରିବହନ ଆଇନ ଲାଗୁ ନେଇ ଜୋରଦାର ଯାଞ୍ଚ ହେବ ବୋଲି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା କହିଛନ୍ତି। ଦ୍ରୁତ ବେଗରେ ଗାଡି ଚଳାଇଲେ, ମଦ୍ୟ ପାନ କରି ଗାଡି ଚଳାଇଲେ, ଡ୍ରାଇଭିଂ ବେଳେ ମୋବାଇଲରେ କଥା ହେଉଥିଲେ ତିନି ମାସ ପାଇଁ ବାତିଲ ହେବ ଡ୍ରାଇଭିଂ ଲାଇସେନ୍ସ। ରାଜ୍ୟ ପରିବହନ କର୍ତ୍ତୃପକ୍ଷ-ଏସଟିଏ ଟ୍ୱିଟ୍ କରି ଏହି ସୂଚନା ଦେଇଛି। ଏଥିସହ ଟ୍ରାଫିକ୍ରେ ରେଡ୍ ଲାଇଟ୍ ଅତିକ୍ରମ କଲେ, ମାଲ ପରିବହନ ଗାଡିରେ ଯାତ୍ରୀ ବୁହା ହେଲେ ମଧ୍ୟ ନିୟମ କଡ଼ାକଡ଼ି ଲାଗୁ କରାଯିବ। ଉଭୟ ବାଇକ୍ ଡ୍ରାଇଭର ଓ ପଛରେ ବସିଥିବା ବ୍ୟକ୍ତିଙ୍କ ପାଇଁ ହେଲମେଟ୍ ବାଧ୍ୟତାମୂଳକ ଓ ଏହାସହ ଡିଏଲ ସାମୟିକ ଭାବେ ବାତିଲ ହୋଇପାରେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।